ସରକାରଙ୍କୁ ବରିଷ୍ଠ ନାଗରିକଙ୍କ ଚିନ୍ତା:ପ୍ରତି ବ୍ଲକ୍‌ରେ ହେବ ଡେ’ କେୟାର ସେଣ୍ଟର

ଭୁବନେଶ୍ୱର, ୨-୯(ବ୍ୟୁରୋ):ବରିଷ୍ଠ ନାଗରିକଙ୍କ ପାଇଁ ଆଶ୍ରୟସ୍ଥଳୀ, ସ୍ବାସ୍ଥ୍ୟସେବା, ସୁରକ୍ଷା ସାଙ୍ଗକୁ ନିଃସଙ୍ଗତା ଦୂର କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଆଗାମୀ ଦିନରେ ପ୍ରତି ଜିଲାରେ ଜରାନିବାସ ଓ ପୁନର୍ବାସ କେନ୍ଦ୍ର କାର୍ଯ୍ୟକ୍ଷମ ହେବା ସହ ପ୍ରତି ବ୍ଳକ୍‌ରେ ବୟସ୍କମାନଙ୍କ ନିମନ୍ତେ ‘ଡେ’ କେୟାର ସେଣ୍ଟର’ ପ୍ରତିଷ୍ଠା କରିବାକୁ ଯୋଜନା ରହିଥିବା ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା।
ଅନ୍ତର୍ଜାତୀୟ ବୟସ୍କ ଦିବସ ଉପଲକ୍ଷେ ମଙ୍ଗଳବାର ସ୍ଥାନୀୟ ଉତ୍କଳ ମଣ୍ଡପଠାରେ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ବିଭିନ୍ନ ଯୋଜନାରେ ରାଜ୍ୟର ୩୧ଲକ୍ଷ ବରିଷ୍ଠ ନାଗରିକ ଉପକୃତ ହେଉଥିବା କହିଥିଲେ। ସାମାଜିକ ସୁରକ୍ଷା ପେନ୍‌ସନ୍‌କୁ ସାର୍ବଜନୀନ କରାଯାଇ ସମସ୍ତ ଅସହାୟ ବୃଦ୍ଧାବୃଦ୍ଧଙ୍କୁ ଏଥିରେ ସାମିଲ କରାଯାଉଥିବା ବିଭାଗୀୟ ସଚିବ ଭାସ୍କରଜ୍ୟୋତି ଶର୍ମା କହିଥିଲେ। କାର୍ଯ୍ୟକ୍ରମରେ ପୋଲିସ କମିଶନର ଡ. ସୁଧାଂଶୁ ଷଡଙ୍ଗୀ ଯୋଗଦେଇ ବରିଷ୍ଠ ନାଗରିକଙ୍କ ପାଇଁ ପୋଲିସ୍‌ ପକ୍ଷରୁ ‘ସହାୟତା’ ନାମରେ ଏକ ନିଃଶୁଳ୍କ ଆପ୍‌ ଏବଂ ପ୍ରତି ରବିବାର ଅପରାହ୍ନରେ ସବୁ ଥାନାରେ ସେମାନଙ୍କ ସମସ୍ୟା ସମ୍ପର୍କରେ ପୋଲିସ ଆଲୋଚନା କରୁଥିବା କହିଥିଲେ। ଭୁବନେଶ୍ୱରର ପ୍ରତି ୱାର୍ଡରେ ଗୋଟିଏ ଲେଖାଏ ‘ଡେ’ କେୟାର ସେଣ୍ଟର’ ସାଙ୍ଗକୁ ପାର୍କଗୁଡ଼ିକରେ ‘ଜିମ୍‌’ ଖୋଲାଯିବ ବୋଲି ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ କହିଥିଲେ। ଏହି ଅବସରରେ ବରିଷ୍ଠ ନାଗରିକଙ୍କୁ ସେବା ପ୍ରଦାନ କ୍ଷେତ୍ରରେ ଶ୍ରେଷ୍ଠ ସଂଗଠକ ଭାବେ କଟକ ବରିଷ୍ଠ ମହାସଭା, ବିଭିନ୍ନ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ରାୟଗଡାର ଗୋଲକନାଥ ବେହେରା, ଫୁଲବାଣୀର ଦେବାନନ୍ଦ ପାତ୍ର, ବଲାଙ୍ଗୀରର ନରସିଂହ ପ୍ରସାଦ ଗୁରୁ ଓ ବରିଷ୍ଠ ନାଗରିକଙ୍କୁ ସେବାରେ ବ୍ୟକ୍ତିଗତ ଉଦ୍ୟମ ପାଇଁ ଖୋର୍ଦ୍ଧା ଜିଲାର ନଗେନ୍ଦ୍ର ମିଶ୍ରଙ୍କୁ ‘ବୟୋଜ୍ୟେଷ୍ଠ ସମ୍ମାନ’ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri