ସରକାରଙ୍କ ଆଶ୍ୱାସନା: ୮୦% କରୋନା ସଂକ୍ରମିତ ଆପଣାଛାଏଁ ହେବେ ସୁସ୍ଥ; ୫%ଙ୍କୁ କରାଯିବ ହସ୍ପିଟାଲରେ ଭର୍ତ୍ତି; ଆଖିବୁଜା ହେବନି ନମୁନା ଯାଞ୍ଚ୍‌

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ନେଇ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି ମର୍ମରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ବହିର୍ବ୍ୟାପାର ମନ୍ତ୍ରଣାଳୟ ଏବଂ ଇଣ୍ଡିଆନ୍‌ କାଉନସିଲ୍‌ ଅଫ୍‌ ମେଡ଼ିକାଲ ରିସର୍ଚ୍ଚ(ଆଇସିଏମ୍‌ ଆର୍‌) ପକ୍ଷରୁ ଆୟୋଜିତ ଏକ ମିଳିତ ଗଣମାଧ୍ୟମ ସମ୍ମଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ଏହାଦ୍ୱାରା ଆତଙ୍କିତ ଲୋକଙ୍କୁ ଆଶ୍ୱାସନା ମିଳିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଆଇସୋଲେଶନ୍‌ ଏବଂ କ୍ୱାରାଣ୍ଟାଇନ୍‌ ଉପଯୁକ୍ତ ମାଧ୍ୟମ ବୋଲି ଉପସ୍ଥିତ ଅଧିକାରୀ ସୂଚନା ଦେଇଛନ୍ତି। ୧୪ ଦିନ ଆଇସୋଲେଶନ୍‌ରେ ରହିଲେ ପ୍ରାୟ ୮୦ ପ୍ରତିଶତ ସଂକ୍ରମିତ ଆପଣାଛାଏଁ ସୁସ୍ଥ ହୋଇ ଯାଇଥାନ୍ତି। ତେବେ ୫ ପ୍ରତିଶତ ସଂକ୍ରମିତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡ଼ିଥାଏ। ସେହିପରି କୌଣସି ଲକ୍ଷଣ ପ୍ରକାଶ ପାଇଲେ ନମୁନା ଯାଞ୍ଚ୍‌ କରାଯିବା ଉପରେ ଅଧିକାରୀ ଗୁରୁତ୍ୱାରୋପ କରିଛନ୍ତି। ବିନା ଲକ୍ଷଣରେ ହସ୍ପିଟାଲରେ ଅଯଥା ଭିଡ଼ ଜମାଇବା ଅନାବଶ୍ୟକ। କରୋନା ସଂକ୍ରମିତଙ୍କ ଛେପରୁ ସଂକ୍ରମଣ ହେଉଥିବା ଆଇସିଏମ୍‌ଆର୍‌ ମହାନିର୍ଦ୍ଦେଶକ ବଳରାମ ଭାର୍ଗବ ସୂଚନା ଦେଇଛନ୍ତି। ଏହା ବାୟୁରେ ସଂକ୍ରମିତ ହୋଇ ନ ଥାଏ ବୋଲି ସେ କହିଛନ୍ତି। ଭାରତରେ ପ୍ରତି ସପ୍ତାହରେ ୬୦-୭୦ ହଜାର ଲୋକଙ୍କ ନମୁନା ଯାଞ୍ଚ୍‌ ହୋଇପାରିବା ଭଳି ସୁବିଧା ରହିଛି। ତେବେ ନମୁନା ଯାଞ୍ଚ୍‌ ପାଇଁ ଇତିମଧ୍ୟରେ ୬୦ ଘରୋଇ ଲ୍ୟାବ୍‌ ପଞ୍ଜିକରଣ କରିଛନ୍ତି। ଆଖିବୁଜା ଭାବେ ନମୁନା ଯାଞ୍ଚ୍‌ କରାଯିବ ନାହିଁ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri