ସରକାରଙ୍କ କରୋନା ତଥ୍ୟରେ ଅମେଳ

ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ ନୂଆ କରୋନା ରୋଗୀ ଚିହ୍ନଟ ହେଉଛନ୍ତି। ସେହିଭଳି ଅନେକ ଆକ୍ରାନ୍ତ ମଧ୍ୟ ସୁସ୍ଥ ହେଉଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଉଛି। ସ୍ବାସ୍ଥ୍ୟ ବିଭାଗର ଓ୍ବେବ୍‌ସାଇଟ୍‌, କୋଭିଡ୍‌-୧୯ ଡ୍ୟାସ୍‌ବୋର୍ଡ ସହ ଟୁଇଟର ହ୍ୟାଣ୍ଡେଲ୍‌ରେ କରୋନା ସଂକ୍ରାନ୍ତ ସମସ୍ତ ରିପୋର୍ଟ ଅପ୍‌ଡେଟ୍‌ କରାଯାଉଛି। ହେଲେ ଏବେ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍‌ସାଇଟ୍‌ ଓ କୋଭିଡ୍‌-୧୯ ଡ୍ୟାସ୍‌ବୋର୍ଡରେ ଦିଆଯାଇଥିବା ତଥ୍ୟ ମଧ୍ୟରେ ତାଳମେଳ ରହୁ ନ ଥିବା ଦେଖାଯାଇଛି। ଶୁକ୍ରବାର ସରକାରୀ ପୋର୍ଟାଲଗୁଡ଼ିକରେ ନୂଆ ତଥ୍ୟ ପ୍ରଦାନ କରାଯାଇଥିଲା। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ସମାନ ଥିଲେ ମଧ୍ୟ ଅନ୍ୟ କେତେକ ତଥ୍ୟରେ ଅମେଳ ରହିଥିଲା। ସ୍ବାସ୍ଥ୍ୟ ବିଭାଗ ପୋର୍ଟାଲରେ କଟକ ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୬୬ ରହିଥିଲାବେଳେ ୨୪୩ ସୁସ୍ଥ ଓ ୧୨୨ଜଣ ସକ୍ରିୟ ରୋଗୀ ଥିବା ଉଲ୍ଲେଖ ଥିଲା। କିନ୍ତୁ କୋଭିଡ୍‌-୧୯ ଡ୍ୟାସ୍‌ବୋର୍ଡରେ ଦେଖିବାକୁ ମିଳିଥିଲା ଭିନ୍ନ ତଥ୍ୟ। ଏଥିରେ କଟକ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭୨ ଉଲ୍ଲେଖ ରହିଥିଲାବେଳେ ୨୪୩ ସୁସ୍ଥ ଓ ୩୨୮ଜଣ ସକ୍ରିୟ ରୋଗୀ ରହିଥିବା ଦେଖିବାକୁ ମିଳିଥିଲା। ଏହି ଦୁଇ ସରକାରୀ ପୋର୍ଟାଲରେ ଭିନ୍ନ ତଥ୍ୟକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି।
ନୂଆ ତଥ୍ୟ ଅନୁସାରେ, ଶେଷ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଓ ୨୫ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଫଳରେ ରାଜ୍ୟରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚତ୍ଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ୪୧ଜଣ ଥିବାବେଳେ ଗଜପତିରୁ ୨୮, ବାଲେଶ୍ୱରରୁ ୨୧, କଟକରୁ ୨୦, ଖୋର୍ଦ୍ଧା ଓ ଯାଜପୁରରୁ ୮ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୭, ସୁନ୍ଦରଗଡ଼ରୁ ୬, ମୟୂରଭଞ୍ଜ, ନବରଙ୍ଗପୁରରୁ ୩ଜଣ ଲେଖାଏ ଥିବାବେଳେ ଝାରସୁଗୁଡ଼ା ଓ ବଲାଙ୍ଗୀରରୁ ୨ଜଣ ଲେଖାଏ, ଜଗତ୍‌ସିଂହପୁର, ଅନୁଗୋଳ, ମାଲକାନଗିରି, କୋରାପୁଟ ଓ ନୟାଗଡ଼ରୁ ଜଣେ ଲେଖାଏ ରହିଛନ୍ତି। ଏଥିସହିତ ପଶ୍ଚିମବଙ୍ଗରୁ ଫେରିଥିବା ଆଉ ୧୧ଜଣ ଅମ୍ଫନ ଉଦ୍ଧାରକାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ୨୦୬ଜଣ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ କର୍ମଚାରୀ କରୋନାରେ ସଂକ୍ରମିତ ହୋଇସାରିଲେଣି।
ସେପଟେ ଶୁକ୍ରବାର ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ୪୩ଜଣ ଥିବାବେଳେ ଜଗତ୍‌ସିଂହପୁରରୁ ୨୧, କନ୍ଧମାଳରୁ ୧୮, ଖୋର୍ଦ୍ଧାରୁ ୧୨, ଭଦ୍ରକରୁ ୧୧, ଗଜପତିରୁ ୯, କଳାହାଣ୍ଡିରୁ ୭, ବାଲେଶ୍ୱର, ଦେବଗଡ଼, ଗଞ୍ଜାମ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୫ଜଣ ଲେଖାଏ ରହିଛନ୍ତି। ଏଥିସହିତ ବଲାଙ୍ଗୀର, ଝାରସୁଗୁଡ଼ା ଓ ନୟାଗଡ଼ରୁ ୨ଜଣ ଲେଖାଏ ଥିବାବେଳେ କୋରାପୁଟରୁ ଜଣେ ରହିଛନ୍ତି। ବର୍ତ୍ତମାନ ରାଜ୍ୟରେ ସୁସ୍ଥ ରୋଗୀଙ୍କ ସଂଖ୍ୟା ୩୨୯୭କୁ ବୃଦ୍ଧି ପାଇଛି। ସେହିଭଳି ରାଜ୍ୟରେ ୧୩୬୬ଜଣ ସକ୍ରିୟ ଆକ୍ରାନ୍ତ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଗଞ୍ଜାମ ଜିଲାରେ ସର୍ବାଧିକ ୧୪୯ଜଣ ସକ୍ରିୟ ରୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri