ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଭତ୍ତା ଟଙ୍କା ମିଳିନି

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ)- କରୋନାକୁ ମହାମାରି ଘୋଷଣା ହେବା ପରେ ସରକାର ବାର୍ଦ୍ଧକ୍ୟ, ବିଧବା, ମଧୁବାବୁ ପେନସନ ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ୪ ମାସର ଟଙ୍କା ଆଗୁଆ ଦେବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ହେଲେ ତାହାର ବ୍ୟତିକ୍ରମ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ପଞ୍ଚାୟତରେ। ଏହି ବ୍ଲକରେ ଅନ୍ୟାନ୍ୟ ପଞ୍ଚାୟତରେ ଏପ୍ରିଲ, ମେ, ଜୁନ, ଜୁଲାଇର ଭତ୍ତା ପ୍ରଦାନ କରାଯାଇ ସାରିଛି। ହେଲେ ବୋରପଦର ପଞ୍ଚାୟତର ପାଲେପଡାର ପ୍ରାୟ ୧୦ ଜଣ ବ୍ୟକ୍ତିଙ୍କୁ ଭତ୍ତା ଟଙ୍କା ଦିଆ ଯାଇନଥିବା ଅଭିଯୋଗ ହେଉଛି । ଏ ନେଇ ବ୍ଲକ ସମାଜ ସୁରକ୍ଷା ସଂପ୍ରସାରଣ ଅଧିକାରୀ (ବିଏସଏସଇଓ) ସସ୍ମିତା ପଟେଲଙ୍କୁ ପଚାରିବାରୁ ପଞ୍ଚାୟତର ପିଇଓଙ୍କୁ ଟଙ୍କା ଦିଆଯାଇଛି। ତେବେ ସେ କାହିଁକି ବାଣ୍ଟି ନାହାନ୍ତି ତାଙ୍କ ଫୋନ ଲାଗୁ ନ ଥିବାରୁ ଜଣାପଡୁ ନାହିଁ ବୋଲି ପଟେଲ କହିଛନ୍ତି । ଅନ୍ୟପଟେ ସରପଞ୍ଚ ମାଧବ ସାହୁଙ୍କୁ ପଚାରିବାରୁ ସେ ଅଭିଯୋଗ ପାଇବା ପରେ ପିଇଓଙ୍କୁ ଫୋନ୍‌ କରିଥିଲେ। ତାଙ୍କ ମୋବାଇଲ ସୁଇଚ୍‌ ଅଫ୍‌ ଅଛି। ଏଣୁ କିଛି କରାଯାଇ ପାରୁନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri