ସରକାରୀ ଅଧିକାରୀ,କର୍ମଚାରୀଙ୍କୁ ଜିଲାପାଳଙ୍କ ଚେତାବନୀ: ଅନୁପସ୍ଥିତ ରହିଲେ ନିଲମ୍ବନ

ପୁରୀ ଅଫିସ,୬ା୪: ବିଶ୍ୱ ମହାମାରୀ କରୋନା ସହିତ ଲଢୁଛି ବିଶ୍ୱ। କିପରି ଏହାକୁ ମୁକାବିଲା କରାଯାଇପାରିବ ତାହାକୁ ନେଇ ସମସ୍ତେ ଚିନ୍ତିତ। ଦିନକୁ ଦିନ ଅଧିକ ଉଗ୍ର ହେଉଛି କରୋନା। ରାଜ୍ୟରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚତ୍ଲାଣି। ଏଭଳି ଘଡ଼ିସନ୍ଦି ମୁହୂର୍ତ୍ତରେ ସରକାର କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଯେଉଁ ନିର୍ଦ୍ଦେଶନାମା ଜାରି କରୁଛନ୍ତି ତାହାକୁ କାର୍ଯ୍ୟକାରୀ କରିବାରେ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଗୁରୁଦାୟିତ୍ୱ ରହିଛି। ଯଦି ସେମାନେ ସତର୍କ ଏବଂ ତାଗିଦ୍‌ ନ କରିବେ କିମ୍ବା ଜନସାଧାରଣଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାର ତଦାରଖ ନ କରିବେ ତେବେ ସ୍ଥିତି ଅସମ୍ଭାଳ ହୋଇପଡ଼ିବ। ଯେଉଁ ଉଦ୍ଦେଶ୍ୟ ନେଇ ଲକ୍‌ଡାଉନ, ଶଟ୍‌ଡାଉନ କରାଯାଉଛି ତାହା ସମ୍ପୂର୍ଣ୍ଣ ଫେଲ୍‌ ମାରିବ ଏବଂ କରୋନା ଲଢେଇରେ ଆମେ ବିଫଳ ହେବା। କିନ୍ତୁ ଅନେକ ସରକାରୀ ଅଧିକାରୀ ସେମାନଙ୍କ ଡ୍ୟୁଟି ଠିକ୍‌ ଭାବେ କରୁନାହାନ୍ତି। ଏପରି କି ପୁରୀ ଜିଲାର ବହୁ ଅଧିକାରୀ ଏବଂ କର୍ମଚାରୀ ଧାର୍ଯ୍ୟ ସମୟରେ କାର୍ଯ୍ୟାଳୟକୁ ଆସୁନାହାନ୍ତି। ତେଣୁ କରୋନା ମୁକାବିଲା କ୍ଷେତ୍ରରେ ବିଭିନ୍ନ ସମୟରେ ସମସ୍ୟା ଉପୁଜୁଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛି ଜିଲାରେ ଜଣେ କରୋନା ଆକ୍ରାନ୍ତ ବି ଚିହ୍ନଟ ହୋଇଗଲେଣି। ତେଣୁ ପ୍ରଶାସନ ପାଇଁ ଆଗକୁ ଚ୍ୟାଲେଞ୍ଜ ଥିବାରୁ ଏଦିଗରେ କଠୋର ଆଭିମୁଖ୍ୟ ଆପଣାଇଛନ୍ତି ଜିଲାପାଳ ବଲୱନ୍ତ ସିଂ। କୌଣସି ଅଧିକାରୀ ଏବଂ କର୍ମଚାରୀ ଯଦି ଅନୁପସ୍ଥିତ ରୁହନ୍ତି ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ସ୍ବରୂପ ନିଲମ୍ବନର ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri