ସରକାରୀ ଅର୍ଥରେ ଦଳୀୟ ପ୍ରଚାର: ଭାଜପା

କଟକ,୫ା୧(ଶିଳ୍ପା ପ୍ରିୟଦର୍ଶିନୀ): ଜନସାଧାରଣଙ୍କ ଟିକସ ଅର୍ଥକୁ ଅପବ୍ୟବହାର କରି ଦଳୀୟ ଭିତ୍ତିରେ ଖର୍ଚ୍ଚ କରାଯାଉଛି ବୋଲି ଭାଜପା ଅଭିଯୋଗ କରିଛି। ଏନେଇ କଟକ ଦୋଳମୁଣ୍ଡାଇସ୍ଥିତ ଏକ ହୋଟେଲରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ପୂର୍ବତନ ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ କହିଛନ୍ତି, କଟକ ବାଲିଯାତ୍ରା ତଳ ଏବଂ ଉପର ପଡ଼ିଆରେ ଶୁକ୍ରବାର ଆୟୋଜିତ କାର୍ଯ୍ୟକ୍ରମ କେବଳ ଗୋଟିଏ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ସ୍ବାର୍ଥ ଓ ପ୍ରଚାର ପ୍ରସାର ପାଇଁ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ଉପକୃତ ହୋଇପାରୁ ନାହାନ୍ତି। ଲୋକଙ୍କ ଅର୍ଥକୁ ଦଳୀୟ ଭିତ୍ତିରେ ଖର୍ଚ୍ଚ କରିବା ପାଇଁ ଜିଲାପାଳ ଉତ୍ତରଦାୟୀ ରହିଛନ୍ତି। ୨୦୧୯ ନିର୍ବାଚନରେ ବାରବାଟୀ-କଟକ ନିର୍ବାଚନମଣ୍ଡଳୀରେ ସହରବାସୀ ବିଜେଡିକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ବିଜେଡି ଅନେକ କୋଟି ଟଙ୍କା ଖର୍ଚ୍ଚ କରି ଦଳୀୟ କପ୍ରଚାର କରୁଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଜନସାଧାରଣଙ୍କର ଟିକସ ଅର୍ଥକୁ ଯେପରି ବିନିଯୋଗ କରାଗଲା ତାହା ଦୁର୍ଭାଗ୍ୟଜନକ। ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଏଭଳି କାର୍ଯ୍ୟକ୍ରମ କରାଯାଉଛି। ସରକାରଙ୍କ ପକ୍ଷରୁ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ୩୩୯୭ କୋଟି ଟଙ୍କା ବ୍ୟୟ ମଞ୍ଜୁର କରାଯାଇଛି। ୬୭୪୯ ପଞ୍ଚାୟତର ଉନ୍ନତୀକରଣ ଯଥା ମହିଳା ସଶସ୍ତୀକରଣ, ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା, ଗ୍ରାମାଞ୍ଚଳରେ ଇଣ୍ଟରନେଟ୍‌ ବ୍ୟବସ୍ଥା ପାଇଁ ଏହି ଅର୍ଥ ଉଦ୍ଦିଷ୍ଟ। ହେଲେ ଏହାକୁ ଦଳୀୟ କାର୍ଯ୍ୟକ୍ରମରେ ଖର୍ଚ୍ଚ କରାଯାଉଛି, ଯାହାର ଉଦାହରଣ କଟକ ସହରରେ ଶୁକ୍ରବାର ଦେଖିବାକୁ ମିଳିଥିବା ସ୍ମୃତି କହିଛନ୍ତି। ଏନେଇ କଟକ ଜିଲାପାଳ ନରହରି ସେଠୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରିନାହିଁ। ଏହି ଖବରଦାତା ସମ୍ମିଳନୀରେ ପୂର୍ବତନ କର୍ପୋରେଟର ନୀରୋଦ ପଣ୍ଡା, ପୂର୍ବତନ ନଗର ଜିଲା ସଭାପତି ଲକ୍ଷ୍ମୀଧର ପ୍ରଧାନ, ବରିଷ୍ଠ ଭାଜପା ନେତା ସାକ୍ଷ୍ୟ ସିଂ ମିଶ୍ରଙ୍କ ସମେତ ସମସ୍ତ କର୍ମୀ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri