ସରକାରୀ କଟକଣା ଖିଲାପ କଲେ ଆଜିଠାରୁ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲାକୁ ନେଇ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ସମ୍ପ୍ରତି ବାହାର ରାଜ୍ୟରୁ ପ୍ରବାସୀମାନେ ଫେରୁଥିବା ହେତୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ପ୍ରବାସୀଙ୍କ ଫେରିବା ପାଇଁ ସ୍ବତନ୍ତ୍ର ବସ୍‌ ଓ ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଏପରିକି ସେମାନେ ଫେରିବା ପରେ ସମସ୍ତଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବା ଲାଗି ପଞ୍ଚାୟତସ୍ତରରେ ବ୍ୟବସ୍ଥା କରାଯାଇଛି। ଏସବୁ ସତ୍ତ୍ୱେ କିଛି ବିଶୃଙ୍ଖଳିତ ଆଚରଣ କରିବା ସହ ସରକାରୀ କଟକଣାକୁ ଉଲ୍ଲଂଘନ କରୁଥିବା ନଜରକୁ ଆସୁଛି। ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଆଜିଠାରୁ ଅର୍ଥାତ ରବିବାରଠାରୁ ଏହାର ଆରମ୍ଭ ହୋଇଛି ବୋଲି ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଛନ୍ତି।

ଦୁଇ ମାସ ଧରି ସରକାରୀସ୍ତରରେ କରୋନା ମୁକାବିଲା କ୍ଷେତ୍ରରେ ଉପଲବ୍ଧି ମିଳିଛି। ଏବେ ଏଥିରେ କୌଣସି ପରିସ୍ଥିତିରେ ସାଲିସ୍‌ କରାଯିବ ନାହିଁ। ଅମାନିଆଙ୍କ ବିଶୃଙ୍ଖଳା ବରଦାସ୍ତ କରାଯିବ ନାହିଁ। ବାହାରୁ ଆସୁଥିବା ପ୍ରବାସୀ ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରିକି ତାଙ୍କ କ୍ୱାରାଣ୍ଟାଇନ୍‌ ସ୍ଥାନ ପରିବର୍ତ୍ତନ, ଅବଧି ବଢ଼ାଯିବା ଯିବା ଗିରଫ ମଧ୍ୟ କରାଯିବ ବୋଲି ସେ କହିଛନ୍ତି। ଏଣୁ କ୍ଷମତାପ୍ରାପ୍ତ ସରପଞ୍ଚମାନେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥାକୁ ପାଳନ କରାଯାଉଛି କି ନାହିଁ ତାହା ତଦାରଖ କରିବେ। ଉଲ୍ଲଂଘନ ହେଲେ ସେମାନେ କାର୍ଯ୍ୟାନୁଷ୍ଠାନ ନେଇପାରିବେ। ଏପରିକି ସେମାନେ ଜିଲା ପ୍ରଶାସନକୁ ଏ ବିଷୟରେ ଅବଗତ କରିପାରିବେ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri