ସରକାରୀ କର୍ମଚାରୀଙ୍କୁ ମିଡିଆ କଟକଣା: ମତାମତ ଦେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସରକାରୀ ଅଧିକାରୀ ଓ କର୍ମଚାରୀ ସରକାରଙ୍କ ବିନା ଅନୁମତିରେ କୌଣସି ପ୍ରକାର ମନ୍ତବ୍ୟ, ଲେଖା କିମ୍ବା ବିବୃତି ଗଣମାଧ୍ୟମକୁ ଦେଇପାରିବେ ନାହିଁ। ଏହା ଓଡ଼ିଶା ସରକାରୀ କର୍ମଚାରୀ ଆଚରଣ ବିଧି-୧୯୫୯ର ବିରୋଧାଚରଣ ବୋଲି ଧରାଯିବ। ବିନାନୁମତିରେ କୌଣସି ଗଣମାଧ୍ୟମକୁ ବିବୃତି ଦେବା କିମ୍ବା ଲେଖା ପ୍ରଦାନ କଲେ ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସରକାରୀ ଅଧିକାରୀ ଓ କର୍ମଚାରୀମାନଙ୍କୁ ଏଭଳି ଚେତାବନୀ ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଭିନ୍ନ ବିଭାଗ ପ୍ରମୁଖ ସଚିବ, ସଚିବ, ସ୍ବତନ୍ତ୍ର ସଚିବ, ସମସ୍ତ ଆର୍‌ଡିସି ଏବଂ ଜିଲାପାଳଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି।
ଚିଠିରେ ଉଲ୍ଲେଖ କରାଯାଇଛି ଯେ, କେତେକ ସରକାରୀ ଅଧିକାରୀ ଓ କର୍ମଚାରୀ ଓଡ଼ିଶା ସରକାରୀ କର୍ମଚାରୀ ଆଚରଣ ବିଧି ୧୯୫୯ରେ ଥିବା ନିୟମକୁ ଉଲ୍ଲଂଘନ କରି ଛାପା, ଇଲେକ୍ଟ୍ରୋନିକ ଏବଂ ସୋସିଆଲ ମିଡିଆରେ ନିଜର ମତାମତ ରଖୁଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହା ଆଚରଣ ନିୟମର ଖୋଲାଖୋଲି ଉଲ୍ଲଂଘନ। କର୍ମଚାରୀ ଆଚରଣ ବିଧି ୧୯୫୯ର ଧାରା ୭ ରେ ସରକାରଙ୍କୁ ସମାଲୋଚନା କଲାଭଳି କୌଣସି ପ୍ରକାର ମତାମତ ଗଣମାଧ୍ୟମକୁ ଦେବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। କେବଳ କ୍ଷମତାସୀନ ଅଧିକାରୀ ହିଁ ଗଣମାଧ୍ୟମକୁ ମତାମତ ଦେଇ ପାରିବେ। ଏ ନେଇ ବିଭାଗ ପକ୍ଷରୁ ପୂର୍ବରୁ ଅନେକ ଥର ସରକାରୀ କର୍ମଚାରୀ ଆଚରଣବିଧି ପାଳନ ନେଇ ସଚେତନତା କରାଯାଇଛି। ୨୦୧୭ ଜୁନ ୨୯ରେ ମଧ୍ୟ ଏ ନେଇ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଥିଲା। ଏହା ଉପରେ କି ପଦକ୍ଷେପ ନିଆଯାଇଛି ଜଣାଇବାକୁ କୁହାଯାଇଛି। ଏ ନେଇ ବିଭିନ୍ନ ସମୟରେ ସମୀକ୍ଷା କରାଯିବ। ଯଦି କୌଣସି ସରକାରୀ କର୍ମଚାରୀ ଓଡ଼ିଶା ସରକାରୀ କର୍ମଚାରୀ ଆଚରଣ ବିଧି ଉଲ୍ଲଂଘନ କରିବା ଜଣାପଡିବ ତେବେ ସେମାନଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?