ସରକାରୀ ଜମିରେ ହେବ ପାଚେରି

ବ୍ରହ୍ମପୁର ଅଫିସ୍‌,୨ା୯-ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକରେ ବ୍ରହ୍ମପୁର ଉପଜିଲାପାଳ ଶିନ୍ଦେ ଦତ୍ତାତ୍ରୟ ଭାଉସାହେବ ଅଧ୍ୟକ୍ଷତା କରିଥିଲେ। ଏଥିରେ ଉପଖଣ୍ଡସ୍ତରୀୟ ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ଏବଂ ରାଜସ୍ବ ପର୍ଯ୍ୟବେକ୍ଷକ ଯୋଗ ଦେଇଥିଲେ ।
ରାଜସ୍ବ ସମ୍ପର୍କିତ ବିଭିନ୍ନ ବିଷୟ ଉପରେ ଆଲୋଚନା କରାଯାଇଥିଲା। ମୁଖ୍ୟତଃ ଜମି କିଣାବିକା, ସମସ୍ତ ରାଜସ୍ବ କାର୍ଯ୍ୟାଳୟ ଗୁଡ଼ିକରେ ନାମଫଳକ ଲଗାଇବା, ପାଚେରି ନିର୍ମାଣ ଏବଂ ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସରକାରୀ ଜମିକୁ ଜବରଦଖଲ ମୁକ୍ତ କରିବା ପାଇଁ ପାଚେରି ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ତହସିଲ ଅଧୀନରେ ସମାଧାନ ଶିବିର ଆୟୋଜନ କରି ଆପତ୍ତି ଅଭିଯୋଗର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱ ଦିଆଯାଇଥିଲା।