ସରକାରୀ ଜମି ଜବରଦଖଲ: ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୫।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଳ ପଞ୍ଚାୟତ କାନ୍ଦୁଲଝର ଗାଁର କିଛି ପ୍ରଭାବଶାଳୀ ବ୍ୟକ୍ତି ପ୍ରାୟ ୫ ଏକର ସରକାରୀ ଜମିକୁ ଜବରଦଖଲ କରି ଅକ୍ତିଆର କରିଛନ୍ତି। ଏ ନେଇ ଗ୍ରାମବାସୀ ବୋର୍ଡା ଫାଣ୍ଡିରେ ଅଭିଯୋଗ କରିବା ସହ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସୂଚନା ଅନୁଯାୟୀ, ପଞ୍ଚାୟତର କାନ୍ଦୁଲଝର ଗାଁରେ ସର୍ବସାଧାରଣ ଜାଗାରେ ମୌଜାର ଖାତା ନଂ.୫୭୭, ପ୍ଲଟ ନଂ.୬୩୬ରେ ପ୍ରାୟ ୫ ଏକର ସରକାରୀ ଜମି ଓ ରାସ୍ତା ରହିଛି। ଏହି ଜମିରେ ବେଆଇନ ଭାବେ ଗାଁର କେତେକ ଲୋକେ ଘର କରିବା ସହ ରାସ୍ତା ଜବରଦଖଲ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ପ୍ରତିବାଦ କରିବାରୁ ଗ୍ରାମବାସୀଙ୍କ ନାଁରେ ମିଛ କେସ ଦେଇ ଫସାଇ ଦେବା ପାଇଁ ଜବରଦଖଲକାରୀମାନେ ଧମକ ଦେଉଥିବା ଅଭିଯୋଗ ହେଉଛି। ଏପରିକି ରାସ୍ତାରେ ମାଟି, ମେଟାଲ ଓ କାଠଗଣ୍ଡି ରଖି ଦୀର୍ଘ ଦିନ ହେଲା ଅବରୋଧ କରାଯାଇ ଥିବାରୁ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ଗାଁରେ ଉତ୍ତେଜନା ଲାଗି ରହିଥିବା ବେଳେ ଗ୍ରାମବାସୀ ବୋର୍ଡା ଫାଣ୍ଡିରେ ଅଭିଯୋଗ କରିବା ସହ ଜବରଦଖଲ ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପ୍ରଶାସନ ସମସ୍ୟାର ସମାଧାନ ନ କଲେ ଆଗାମୀ ଦିନରେ ପରିସ୍ଥିତି ଅଣାୟତ୍ତ ହୋଇ ପଡ଼ିବ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri