ସରକାରୀ ଜମି ବିକ୍ରି କରି ଯୁବକ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ନିଜକୁ କଟକ ଏସ୍‌ସିବି ମେଡିକାଲର ଡାକ୍ତର କହି କେତେଜଣଙ୍କୁ ସରକାରୀ ଜମି ବିିକ୍ରି କରିଥିଲେ। ସେମାନେ ଠକେଇର ଶିକାର ହୋଇଥିବା ଜାଣିବା ପରେ ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଜଗତସିଂହପୁର ବାଲିକୁଦାର ସାରଦା ପ୍ରସାଦ ମହାନ୍ତି(୪୨)। ସେ ସଁାପୁରରେ ରୁହନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସାରଦା କଟକ ଏସ୍‌ସିବିରେ ପାରାମେଡିକାଲ ଓ୍ବାର୍କରଭାବେ କାମ କରନ୍ତି। ସେ ସ୍ଥାନୀୟ ଲୋକଙ୍କୁ ଏସ୍‌ସିବି ମେଡିକାଲରେ ଡାକ୍ତର ଥିବା କହୁଥିଲେ। ଏପରି କି ସେ ପଣ୍ଡାକୁଦିଆ ଅଞ୍ଚଳରେ ଥିବା କିଛି ସରକାରୀ ଜାଗାକୁ ମାଡ଼ିବସିଥିଲେ। ଏହାକୁ ନିଜ ଜାଗା ବୋଲି କହି ବିକ୍ରି ନିମନ୍ତେ କେତେଜଣଙ୍କଠାରୁ ଟଙ୍କା ନେଇଥିଲେ। କିନ୍ତୁ ସେ କବଲା କରି ନ ଥିଲେ। ଜମି ପାଇଁ ଟଙ୍କା ଦେଇଥିବା ବ୍ୟକ୍ତିମାନେ ଉକ୍ତ ଜାଗାରେ ଆଜବେଷ୍ଟସ ଘର କରି ଦେଇଥିଲେ। ଶେଷରେ ବିଡିଏ ପକ୍ଷରୁ ଉକ୍ତ ଘର ଭାଙ୍ଗିବା ପରେ ତାହା ସରକାରୀ ଜାଗା ବୋଲି ସେମାନେ ଜାଣିବାକୁ ପାଇଥିଲେ। ଏନେଇ ସେମାନେ ସାରଦାଙ୍କୁ ଟଙ୍କା ମାଗିଥିଲେ ମଧ୍ୟ ସେ ଧରାଛୁଅଁା ଦେଇ ନ ଥିଲେ। ଶେଷରେ ଠକେଇର ଶିକାର ହୀରାବତୀ ଦାଶ, ସୁଜାତା ଦାଶ ଏବଂ ଅନ୍ୟଜଣେ ଥାନାରେ ଅଭିଯୋଗ କରିଥିଲେ। ସେମାନଙ୍କଠାରୁ ସାରଦା ୩ଲକ୍ଷ ଟଙ୍କା ନେଇଥିବାବେଳେ ଏକାଧିକ ବ୍ୟକ୍ତିଙ୍କଠାରୁ ପ୍ରାୟ ୩୫ ଲକ୍ଷ ଟଙ୍କା ନେଇଥିବା ପୋଲିସ ତଦନ୍ତରୁ ଜାଣିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri