ସରକାରୀ ଜମି ହାତେଇ ନେବାକୁ ମସୁଧା: ଗ୍ରାମବାସୀ ତହସିଲଦାରଙ୍କ ଦ୍ୱାରସ୍ଥ

ପରଜଙ୍ଗ, ୨୬।୧୦(ଡି.ଏନ.ଏ.) – ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ଭେଜିଆ ୪ନଂ. କଲୋନୀ ନିକଟବର୍ତ୍ତୀ ସରକାରୀ ଜମିକୁ ଚଞ୍ଚକତା କରି ପଟ୍ଟା କରାଇ ନେବାକୁ ମସୁଧା କରାଯାଉଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ଶୁକ୍ରବାର ତହସିଲଦାରଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏଥିରେ ତାଳଚେର ଅଞ୍ଚଳର ୧୨ଜଣ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଥିବା ଅଭିଯୋଗରେ ଉଲ୍ଲେଖ ରହିଛି।
ତାଳଚେର ଅଞ୍ଚଳର ସମ୍ପୃକ୍ତ ବ୍ୟକ୍ତିମାନେ ଉକ୍ତ ଜାଗା ପାଇଁ ଏନ୍‌କ୍ଲୋଜମେଣ୍ଟ ଦେଇଥିଲେ। ପରେ ୬୪/୧୩ରେ ସିଭିଲ ଅଦାଲତରେ ମାମଲା ଦାଏର କରିଥିଲେ। ଏହାପରେ କୋର୍ଟ ମୋକଦ୍ଦମା ନଂ.୧୪୦୪/୧୯ ଅନୁଯାୟୀ ସେମାନଙ୍କୁ ସରକାରୀ ଜମିର ପଟ୍ଟା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ସମ୍ପୃକ୍ତ ବ୍ୟକ୍ତିମାନେ ବେଆଇନ ଭାବେ କାଗଜପତ୍ର କରି ଜମିକୁ ହାତେଇବାକୁ ଷଡ଼ଯନ୍ତ୍ର କରୁଥିବା ଜଣାପଡ଼ିବା ପରେ ଏହାକୁ ନେଇ ଅସନ୍ତୋଷ ଦେଖାଦେଇଛି।
ଦଦରାଘାଟି ଜଳସେଚନ ପ୍ରକଳ୍ପ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିଲେ ଭେଜିଆ ଅଞ୍ଚଳର ଶତାଧିକ ପ୍ରଜା। ସେମାନଙ୍କୁ ୧୯୮୧ରେ ବସୁଲେଇ ରାଜସ୍ବ ଗ୍ରାମର କଲୋନୀ ନଂ.୪ରେ ଥଇଥାନ କରାଯାଇଛି। ବିସ୍ଥାପନର ଦୀର୍ଘବର୍ଷ ପରେ ବି ସେମାନେ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ଏପରି ସ୍ଥିତିରେ ଗ୍ରାମବାସୀ ବ୍ୟବହାର କରୁଥିବା ସରକାରୀ ଜମିକୁ କେତେଜଣ ବ୍ୟକ୍ତି ପଟ୍ଟା କରାଇନେବାକୁ ଉଦ୍ୟମ କରୁଛନ୍ତି। ତହସିଲ କାର୍ଯ୍ୟାଳୟ ପକ୍ଷରୁ ନୋଟିସ ମରାଯିବା ପରେ ଏହି ଘଟଣା ପଦାକୁ ଆସିଥିଲା। ଏହାର ଉପଯୁକ୍ତ ତଦନ୍ତ କରିବାକୁ ଦିଲୀପ କୁମାର ନାଥ, ନିରାକାର ସିଂ, ଗଙ୍ଗାଧର ପ୍ରଧାନ, ଜିତେନ୍ଦ୍ର ସାହୁ, ଲୋକନାଥ ସିଂ, ଗଙ୍ଗାଧର ପ୍ରଧାନ ପ୍ରମୁଖ ଶତାଧିକ ଗ୍ରାମବାସୀ ଦାବି କରିଛନ୍ତି। ନ୍ୟାୟ ପାଇଁ ସେମାନେ ହାଇକୋର୍ଟକୁ ଯିବେ ବୋଲି କହିଛନ୍ତି।
ଏ ନେଇ ତହସିଲଦାର ଜୟନ୍ତ କୁମାର ଜୟସିଂ କୁହନ୍ତି, ସମ୍ପୃକ୍ତ ବ୍ୟକ୍ତିଙ୍କୁ ସରକାରୀ ଜମିର ମାଲିକାନା ଦେବାକୁ ତଳ କୋର୍ଟ ଆଦେଶ ଦେଇଛନ୍ତି। ହେଲେ ଏହା ସରକାରୀ ସମ୍ପତ୍ତି ହୋଇଥିବାରୁ ତହସିଲ ପକ୍ଷରୁ ଜିଲା କୋର୍ଟରେ ମାମଲା ରୁଜୁ କରାଯିବ। ତହସିଲ ଏବଂ ଗ୍ରାମବାସୀ ଗୋଟିଏ ପକ୍ଷ ରହିବେ। ଆବେଦନକାରୀଙ୍କୁ ଅନ୍ୟ ଏକ ପକ୍ଷ ରଖାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri