ସରକାରୀ ଧାନ କିଣା ପ୍ରହସନ

ରାଇସୁଅଁ।,୧୮।୧(ଡି.ଏନ.ଏ)-ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ପ୍ରତି ୧୮୦୦ଟଙ୍କାରେ କିଣିବାକୁ ସରକାରଙ୍କ ପକ୍ଷରୁ ଧାର୍ଯ୍ୟ ହୋଇଛି। ଯେପରି କୃଷକମାନେ ସେମାନଙ୍କ ପ୍ରକୃତ ମୂଲ୍ୟ ପାଇପାରିବେ। ଏଥିପାଇଁ ସରକାରୀ ଧାନ କ୍ରୟ କେନ୍ଦ୍ରମାନ ଖୋଲାଯାଇଛି। କିନ୍ତୁ କେନ୍ଦୁଝର ଜିଲା ପ୍ରଶାସନର ଆନ୍ତରିକତା ଅଭାବ ଯୋଗୁ ବହୁ କୃଷକ ଧାନ ସରକାରୀ ମଣ୍ଡିରେ ବିକ୍ରି କରିପାରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଅନେକ ଚାଷୀ ବହୁ ପରିଶ୍ରମ ଓ ଟଙ୍କା ଖର୍ଚ୍ଚ କରି ଧାନ ଫସଲ କରିଥିବା ବେଳେ କମ୍‌ ମୂଲ୍ୟରେ ଦଲାଲଙ୍କୁ ବିକ୍ରି କରିବାକୁ ବାଧ୍ୟ ହେଉଥିବା ଦେଖିବାକୁ ମିଳୁଛି। ଏଥିପାଇଁ ସେମାନଙ୍କୁ କ୍ଷତି ସହିବାକୁ ପଡୁଛି। ଏହାକୁ ନେଇ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଏଣୁ ସରକାରୀ ଭାବେ ଧାନ କିଣା ପ୍ରହସନ ବୋଲି ସଦର ଅଞ୍ଚଳର କେତେଜଣ ଚାଷୀ ପ୍ରକାଶ କରିଛନ୍ତି।
ଧାନ ବିକ୍ରି କରିବା ପାଇଁ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ପଞ୍ଜୀକୃତ କରିବା ସକାଶେ ନିୟମ ଥିବାବେଳେ ଅନେକ ଏଥିରୁ ବଞ୍ଚିତ ହୋଇଥିବା ଅଭିଯୋଗ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ଏ ନେଇ କୌଣସି ସଚେତନତା କାର୍ଯ୍ୟକ୍ରମ କରାଯାଇ ନ ଥିବାରୁ ବହୁ କୃଷକ ପଞ୍ଜୀକରଣ କରିପାରି ନ ଥିବା କହିଛନ୍ତି। ସଦର ଅଞ୍ଚଳରେ ମାତ୍ର ୧୦ପ୍ରତିଶତ କୃଷକ ପଞ୍ଜୀକୃତ ହୋଇଥିବା ସୂଚନା ମିଳିଛି। ବ୍ୟାଙ୍କରୁ ଋଣ ଆଣି ଧାନଚାଷ କରିଥିଲେ। ସରକାରଙ୍କ ଧାର୍ଯ୍ୟ ମୂଲ୍ୟରେ ଧାନ ବିକ୍ରି କରିଥିଲେ ଭଲ ଦୁଇପଇସା ପାଇପାରିଥାନ୍ତେ। କିନ୍ତୁ ପ୍ରଶାସନର ଆନ୍ତରିକତା ଅଭାବରୁ କମ୍‌ ମୂଲ୍ୟରେ ଦଲାଲମାନଙ୍କୁ ଧାନ ବିକ୍ରି କରିବାକୁ ପଡୁଛି ବୋଲି କେତେକ ଚାଷୀ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଯୋଗଯୋଗ ହୋଇପାରି ନାହିଁ। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବା ସହ ଧାନ ବିକ୍ରି କରିପାରୁ ନ ଥିବା କୃଷକଙ୍କ ପାଇଁ ପଦକ୍ଷେପ ଗ୍ରହଣ କରି ସରକାରୀ ମୂଲ୍ୟରେ ଧାନ କ୍ରୟ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri