ସରକାରୀ ନିର୍ଦ୍ଦେଶ ପାଳନ ନେଇ ଆଶଙ୍କା

ରାଉରକେଲା ଅଫିସ,୧୫ା୪: ଛାତ୍ରୀଛାତ୍ରୀଙ୍କ ଘରେ ବହି ପହଞ୍ଚାଇବାକୁ ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏ ନେଇ ଗତ ୧୪ରେ ସୁନ୍ଦରଗଡ ଜିଲା ସମଗ୍ର ଶିକ୍ଷା ବିଭାଗ ପକ୍ଷରୁ ବ୍ଲକ ଶିକ୍ଷାଧିକାରୀମାନଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ ସରକାରୀ ସ୍କୁଲର ଶିକ୍ଷକମାନେ ଘରେ ଘରେ ବୁଲି ବହି ପହଞ୍ଚାଇବେ। ଏଥିରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ହେଲେ ଏହାକୁ ନେଇ ଚିନ୍ତାରେ ପଡିଛନ୍ତି ଶିକ୍ଷକ। ସୁନ୍ଦରଗଡ ଜିଲା ଏକ ଆଦିବାସୀ ଅଞ୍ଚଳ। ଏଠାରେ ବଣ ପାହାଡ ଘେରା ଗଁା। ଅପହଞ୍ଚ ଅଞ୍ଚଳରେ କେମିତି ପୁସ୍ତକ ବଣ୍ଟାଯିବ ସେନେଇ ଅଡୁଆରେ ପଡିଛନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ। ସରକାର କଥାଟା ଯେତେ ସହଜ ମନେ କରୁଛନ୍ତି ବାସ୍ତବରେ ଏହା ସେତେ ସହଜ ନୁହେଁ ବୋଲି ଶିକ୍ଷକଙ୍କ ମତ। ପ୍ରଥମତଃ ବିଦ୍ୟାଳୟ ଖୋଲି ଛାତ୍ରୀଛାତ୍ରଙ୍କ ଠିକଣା ଖୋଜିବାକୁ ପଡିବ। ସେହି ଅନୁସାରେ ଉକ୍ତ ଗଁାକୁ ଯାଇ ପିଲାଙ୍କୁ ବହି ଦେବାକୁ ହେବ। ଏମିତି ଗଁା ଅଛି ଯେଉଁଠି ମାତ୍ର ଜଣେ କି ୨ଜଣ ପିଲା ବିଦ୍ୟାଳୟକୁ ଆସନ୍ତି। ସେଠିକୁ ମଧ୍ୟ ଯିବାକୁ ହେବ। ଏଣୁ ପୁସ୍ତକ ବଣ୍ଟନ ପ୍ରକ୍ରିୟା ବାଧା ସୃଷ୍ଟି କରିବ। ସରକାରଙ୍କ ଏଭଳି ବିଚାରଧାରା ପ୍ରତି ଅନେକ ଶିକ୍ଷକ ସହମତ ହୋଇ ପାରି ନାହାନ୍ତି। ତେବେ ନିଜର ପେଟପାଟଣା ପାଇଁ ଅନେକ ଶିକ୍ଷକ ଖୋଲାଖୋଲା କିଛି ବି କହିବାକୁ ମନା କରିଛନ୍ତି। ସେହିଭଳି ବିଭାଗୀୟ ଅଧିକାରୀମାନେ ମଧ୍ୟ ନାଁ ପ୍ରକାଶ ନ କରିବାକୁ ଅନୁରୋଧ କରି କହିଛନ୍ତି ଯେ, ଏହା ସରକାରଙ୍କ ନିର୍ଦ୍ଦେଶ। ପାଳନ କରିବାକୁ ହେବ। ଏଥିରେ ସେମାନଙ୍କ କିଛି କହିବାର ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri