ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରହସନ ପାଲଟିଛି। ବାଗଡିଆଣି ଗ୍ରାମପଞ୍ଚାୟତ ଅଧୀନସ୍ତ କୁମ୍ଭାରକାନି ଗ୍ରାମରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଜଳ ଯୋଗାଣ ପ୍ରକଳ୍ପ ଦୀର୍ଘ ୬ ମାସ ହେବ ଅଚଳ ଅବସ୍ଥାରେ ପଡ଼ି ରହିଛି। ଗ୍ରାମବାସୀଙ୍କୁ ଶୁଦ୍ଧ ଜଳ ଯୋଗାଇବା ପରିବର୍ତ୍ତେ ଏହି ପ୍ରକଳ୍ପ ଏବେ କଳଙ୍କିତ ସ୍ମୃତି ଭଳି ଛିଡ଼ା ହୋଇଛି।
କୁମ୍ଭାରକାନି ଗ୍ରାମର ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମବାସୀମାନେ ପଞ୍ଚାୟତ ଠାରୁ ଆରମ୍ଭ କରି ବିଡ଼ିଓ ଏବଂ ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଭାବେ ବାରମ୍ବାର ଅବଗତ କରିଛନ୍ତି। ଏନେଇ ସ୍ଥାନୀୟ ସରପଞ୍ଚ ସୂର୍ଯ୍ୟ ମାଝୀ ମଧ୍ୟ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ହେଁ କୌଣସି ସୁଫଳ ମିଳିନାହିଁ। ପ୍ରଶାସନର ଏହି ଚରମ ଅବହେଳା ଯୋଗୁ ଲୋକେ ପାଣି ମୁନ୍ଦାଏ ପାଇଁ ଏବେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ପ୍ରକଳ୍ପର ସ୍ଥିତି ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପମ୍ପ ହାଉସ ପରିସର ଅଳିଆ ଆବର୍ଜନା ଓ ମଦ ବୋତଲରେ ପରିପୂର୍ଣ୍ଣ ହୋଇ ମଦୁଆଙ୍କ ଆଡ୍ଡାସ୍ଥଳୀ ପାଲଟିଥିବା ବେଳେ ବିଦ୍ୟୁତ ପ୍ୟାନେଲ ବୋର୍ଡ ଭାଙ୍ଗି ଚୂରମାର ହୋଇଯାଇଛି। ଠିକା ସଂସ୍ଥା ନିମ୍ନମାନର କାମ କରିଥିବା ଯୋଗୁ ଅନେକ ହିତାଧିକାରୀଙ୍କ ଘରେ ଟ୍ୟାପ ଲାଗିବା ପୂର୍ବରୁ ହିଁ ନଷ୍ଟ ହୋଇସାରିଲାଣି।
ଏ ସମ୍ପର୍କରେ ବିଭାଗୀୟ ଅଧିକାରୀ ମନ୍ମଥ ମୁର୍ମୁଙ୍କୁ ଯୋଗାଯୋଗ କରିବାରୁ ସେ ସ୍ବୀକାର କରିଛନ୍ତି ଯେ, ପୁରୁଣା ବୋରୱେଲ୍‌ରେ ଜଳସ୍ତର ହ୍ରାସ ଯୋଗୁ ଏହି ସମସ୍ୟା ଉପୁଜିଛି। ତେବେ ଅନ୍ୟ ଏକ ସ୍ଥାନରେ ନୂତନ ବୋର୍‌ ଖନନ ଶେଷ ହୋଇଛି ଏବଂ ଖୁବ ଶୀଘ୍ର ଟାଙ୍କିକୁ ପାଣି ଉଠାଇ ଜଳ ଯୋଗାଣ ସ୍ବାଭାବିକ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଶାସନର ଏହି ପ୍ରତିଶ୍ରୁତିରେ କୁମ୍ଭାରକାନି ବାସୀ ଆଉ ସନ୍ତୁଷ୍ଟ ନାହାନ୍ତି। ତୁରନ୍ତ ସ୍ଥାୟୀ ସମାଧାନ ନହେଲେ ବାଗଡିଆଣି ପଞ୍ଚାୟତର ମହିଳା ଓ ଗ୍ରାମବାସୀ ବଡ଼ ଧରଣର ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri