ସରକାରୀ ସଂସ୍ଥାକୁ ଦକ୍ଷ କରିବ ‘ମୋ ସରକାର’: ମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟ କୃଷକଙ୍କ ଆୟ ବୃଦ୍ଧିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛି। ତେଣୁ ଏହାକୁ ତ୍ରୁଟିଶୂନ୍ୟ ଏବଂ ପ୍ରଗତିଶୀଳ ବିଭାଗରେ ପରିବର୍ତ୍ତନ କରିବାକୁ ପଡ଼ିବ। ବିଗତ ଦୁଇ ଦଶନ୍ଧି ମଧ୍ୟରେ ରାଜ୍ୟରେ ମାଛ, ମାଂସ, ଅଣ୍ଡା ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଛି। ହେଲେ ଏହି ସମସ୍ତ କ୍ଷେତ୍ରରେ ଓଡ଼ିଶାକୁ ଆତ୍ମନିର୍ଭରଶୀଳ ସହିତ ବଳକା ରାଜ୍ୟରେ ପରିଣତ କରିବା ପାଇଁ ପଦକ୍ଷେପ ‘ମୋ ସରକାର’ ଏକ ବଳିଷ୍ଠ ଉଦ୍ୟମ ବୋଲି କୃଷି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି। ସେହିପରି ସରକାରୀ ସଂସ୍ଥାଗୁଡିକୁ ଅଧିକ ଦକ୍ଷ, କ୍ରିୟାଶୀଳ କରିବାରେ ‘ମୋ ସରକାର’ କାର୍ଯ୍ୟକ୍ରମ ଫଳପ୍ରଦ ହେବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଆଗାମୀ ଦିନରେ ଏହି ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହେବ। ତେଣୁ ଏହି ପରିପ୍ରେକ୍ଷୀରେ କୃଷି ଭବନଠାରେ ‘ମୋ ସରକାର’ର କାର୍ଯ୍ୟକାରିତା ସମ୍ବନ୍ଧୀୟ ଆୟୋଜିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ଅରୁଣ କହିଥିଲେ ଯେ, ରାଜ୍ୟରେ ବ୍ୟାପକ ପରିବର୍ତ୍ତନ ପାଇଁ ‘୫-ଟି’ କାର୍ଯ୍ୟକ୍ରମ ଅଧୀନରେ ‘ମୋ ସରକାର’ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଉଦ୍ୟମ। ଫୋନ୍‌ କଲ୍‌ ମାଧ୍ୟମରେ ଜନସାଧାରଣଙ୍କ ମୂଲ୍ୟବାନ୍‌ ମତାମତ ଲୋକଙ୍କ ପ୍ରତି ସରକାରୀ ଅନୁଷ୍ଠାନଗୁଡ଼ିକର ଉତ୍ତରଦାୟିତ୍ୱକୁ ବୃଦ୍ଧି କରିବାରେ ସହାୟକ ହେବ। ଅନୁକୂଳ ମତାମତ ଭିତ୍ତିରେ ଅନୁଷ୍ଠାନ ଓ କର୍ମଚାରୀଙ୍କୁ ଭଲ ପଦୋନ୍ନତି ଦିଆଯିବା ସହିତ ପ୍ରତିକୂଳ ମନ୍ତବ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସରକାରୀ ଅଫିସ୍‌ରେ ଫାଇଲକୁ ଧାର୍ଯ୍ୟ ସମୟ ମଧ୍ୟରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ସେହିଭଳି ନୋଡାଲ ଅଫିସରମାନଙ୍କୁ ଜିଲା ଗସ୍ତ ସମୟରେ କାର୍ଯ୍ୟାଳୟର ଫାଇଲ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ କହିଥିଲେ ଯେ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗକୁ ରାଜ୍ୟ ସରକାର ପ୍ରାଥମିକତା ପ୍ରଦାନ କରି ବଜେଟରେ ଅଧିକ ଅର୍ଥ ବରାଦ କରୁଛନ୍ତି। ମୋ ସରକାର କାର୍ଯ୍ୟକ୍ରମରେ ସାମଗ୍ରିକ ଭାବରେ ବିଭାଗର କାର୍ଯ୍ୟଦକ୍ଷତାକୁ ମପାଯିବାର ବ୍ୟବସ୍ଥା କରାଯାଇଛି।
ସରକାରୀ କାର୍ଯ୍ୟ ସମ୍ପାଦନାରେ ବୃତ୍ତିଗତ ଦକ୍ଷତା ଓ ସେବା ମନୋବୃତ୍ତି ବୃଦ୍ଧି ପାଇବ। ‘ମୋ ସରକାର’ର ସଫଳ ରୂପାୟନ ଦିଗରେ ଜିଲାସ୍ତରରେ ଫେବୃୟାରୀ ୨୦ ସୁଦ୍ଧା କ୍ଷେତ୍ର ଅଧିକାରୀମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ କୁହାଯାଇଛି। ଏଥିସହ ସମସ୍ତ ଜିଲା କାର୍ଯ୍ୟାଳୟରେ ‘ମୋ ସରକାର’ ସମ୍ପର୍କିତ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ରତ୍ନାକର ରାଉତ ଏବଂ ମତ୍ସ୍ୟ ନିର୍ଦ୍ଦେଶକ ଡ. ଏନ୍‌.ତିରୁମାଲା ନାୟକ ପ୍ରମୁଖ ‘ମୋ ସରକାର’ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ଜିଲାର ସିଡିଭିଓ, ଜିଲା ମତ୍ସ୍ୟ ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?