ସରକାରୀ ସଂସ୍ଥାକୁ ଦକ୍ଷ କରିବ ‘ମୋ ସରକାର’: ମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟ କୃଷକଙ୍କ ଆୟ ବୃଦ୍ଧିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛି। ତେଣୁ ଏହାକୁ ତ୍ରୁଟିଶୂନ୍ୟ ଏବଂ ପ୍ରଗତିଶୀଳ ବିଭାଗରେ ପରିବର୍ତ୍ତନ କରିବାକୁ ପଡ଼ିବ। ବିଗତ ଦୁଇ ଦଶନ୍ଧି ମଧ୍ୟରେ ରାଜ୍ୟରେ ମାଛ, ମାଂସ, ଅଣ୍ଡା ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଛି। ହେଲେ ଏହି ସମସ୍ତ କ୍ଷେତ୍ରରେ ଓଡ଼ିଶାକୁ ଆତ୍ମନିର୍ଭରଶୀଳ ସହିତ ବଳକା ରାଜ୍ୟରେ ପରିଣତ କରିବା ପାଇଁ ପଦକ୍ଷେପ ‘ମୋ ସରକାର’ ଏକ ବଳିଷ୍ଠ ଉଦ୍ୟମ ବୋଲି କୃଷି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି। ସେହିପରି ସରକାରୀ ସଂସ୍ଥାଗୁଡିକୁ ଅଧିକ ଦକ୍ଷ, କ୍ରିୟାଶୀଳ କରିବାରେ ‘ମୋ ସରକାର’ କାର୍ଯ୍ୟକ୍ରମ ଫଳପ୍ରଦ ହେବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ଆଗାମୀ ଦିନରେ ଏହି ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହେବ। ତେଣୁ ଏହି ପରିପ୍ରେକ୍ଷୀରେ କୃଷି ଭବନଠାରେ ‘ମୋ ସରକାର’ର କାର୍ଯ୍ୟକାରିତା ସମ୍ବନ୍ଧୀୟ ଆୟୋଜିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ଅରୁଣ କହିଥିଲେ ଯେ, ରାଜ୍ୟରେ ବ୍ୟାପକ ପରିବର୍ତ୍ତନ ପାଇଁ ‘୫-ଟି’ କାର୍ଯ୍ୟକ୍ରମ ଅଧୀନରେ ‘ମୋ ସରକାର’ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଉଦ୍ୟମ। ଫୋନ୍‌ କଲ୍‌ ମାଧ୍ୟମରେ ଜନସାଧାରଣଙ୍କ ମୂଲ୍ୟବାନ୍‌ ମତାମତ ଲୋକଙ୍କ ପ୍ରତି ସରକାରୀ ଅନୁଷ୍ଠାନଗୁଡ଼ିକର ଉତ୍ତରଦାୟିତ୍ୱକୁ ବୃଦ୍ଧି କରିବାରେ ସହାୟକ ହେବ। ଅନୁକୂଳ ମତାମତ ଭିତ୍ତିରେ ଅନୁଷ୍ଠାନ ଓ କର୍ମଚାରୀଙ୍କୁ ଭଲ ପଦୋନ୍ନତି ଦିଆଯିବା ସହିତ ପ୍ରତିକୂଳ ମନ୍ତବ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସରକାରୀ ଅଫିସ୍‌ରେ ଫାଇଲକୁ ଧାର୍ଯ୍ୟ ସମୟ ମଧ୍ୟରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ସେହିଭଳି ନୋଡାଲ ଅଫିସରମାନଙ୍କୁ ଜିଲା ଗସ୍ତ ସମୟରେ କାର୍ଯ୍ୟାଳୟର ଫାଇଲ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ କହିଥିଲେ ଯେ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗକୁ ରାଜ୍ୟ ସରକାର ପ୍ରାଥମିକତା ପ୍ରଦାନ କରି ବଜେଟରେ ଅଧିକ ଅର୍ଥ ବରାଦ କରୁଛନ୍ତି। ମୋ ସରକାର କାର୍ଯ୍ୟକ୍ରମରେ ସାମଗ୍ରିକ ଭାବରେ ବିଭାଗର କାର୍ଯ୍ୟଦକ୍ଷତାକୁ ମପାଯିବାର ବ୍ୟବସ୍ଥା କରାଯାଇଛି।
ସରକାରୀ କାର୍ଯ୍ୟ ସମ୍ପାଦନାରେ ବୃତ୍ତିଗତ ଦକ୍ଷତା ଓ ସେବା ମନୋବୃତ୍ତି ବୃଦ୍ଧି ପାଇବ। ‘ମୋ ସରକାର’ର ସଫଳ ରୂପାୟନ ଦିଗରେ ଜିଲାସ୍ତରରେ ଫେବୃୟାରୀ ୨୦ ସୁଦ୍ଧା କ୍ଷେତ୍ର ଅଧିକାରୀମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ କୁହାଯାଇଛି। ଏଥିସହ ସମସ୍ତ ଜିଲା କାର୍ଯ୍ୟାଳୟରେ ‘ମୋ ସରକାର’ ସମ୍ପର୍କିତ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ରତ୍ନାକର ରାଉତ ଏବଂ ମତ୍ସ୍ୟ ନିର୍ଦ୍ଦେଶକ ଡ. ଏନ୍‌.ତିରୁମାଲା ନାୟକ ପ୍ରମୁଖ ‘ମୋ ସରକାର’ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ଜିଲାର ସିଡିଭିଓ, ଜିଲା ମତ୍ସ୍ୟ ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri