ସରକାରୀ ସହାୟତା ଦାବିକଲେ ଗାଡ଼ିଚାଳକ, ହେଲ୍‌ପର

ଦିଗପହଣ୍ଡି,୯ା୫(ଡି.ଏନ୍‌.ଏ.) : କରୋନା ପ୍ରତିହତ ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାଦ୍ୱାରା ସମସ୍ତେ ପ୍ରଭାବିତ ହୋଇଛନ୍ତି। ଦିଗପହଣ୍ଡି ଅଞ୍ଚଳରେ ଥିବା ଗାଡ଼ିଚାଳକ ଓ ହେଲପରମାନେ ନାନା ଦୁର୍ଦ୍ଦଶା ମଧ୍ୟରେ ଗତି କରୁଛନ୍ତି। ତେଣୁ ସେମାନଙ୍କୁ ସରକାରୀ ସହାୟତା ନିମନ୍ତେ ଶ୍ରମିକ ସଙ୍ଗଠନ ଅଖିଳ ଭାରତ ଟ୍ରେଡ ୟୁନିୟନ କଂଗ୍ରେସ (ଏଆଇଟିୟୁସି) ଗଞ୍ଜାମ ଜିଲା ସମ୍ପାଦକ ଅଳକ ନାଥ ମିଶ୍ର ଦାବି କରିଛନ୍ତି। ଦିଗପହଣ୍ଡି ବସ୍‌ଷ୍ଟାଣ୍ଡ ନିକଟ ଶ୍ରମିକ ସଙ୍ଗଠନ ଏଆଇଟିୟୁସି କାର୍ଯ୍ୟାଳୟରୁ ସ୍ଥାନୀୟ ଖେମୁଣ୍ଡି ମିନିବସ୍‌ ଗାଡି ଚାଳକ ଓ ହେଲପର ସଂଘର ସମସ୍ତ କର୍ମକର୍ତ୍ତା, ସଦସ୍ୟ ନିରବ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ତହସିଲ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ସାମାଜିକ ଦୂରତ୍ୱ ଅବଲମ୍ବନ ପୂର୍ବକ ସେମାନେ ତହସିଲଦାର ଅଦୈତ କୁମାର ସ୍ବାଇଁଙ୍କୁ ସାକ୍ଷାତ କରି ସରକାରୀ ସହାୟତା ନିମନ୍ତେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଥିଲେ। ପରେ ରାଜ୍ୟ ବିଧାନସଭା ବାଚସ୍ପତି, କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ, ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ଗଞ୍ଜାମ ଜିଲାପାଳ,ବ୍ରହ୍ମପୁର ଉପଜିଲାପାଳ, ଦିଗପହଣ୍ଡି ବିଡିଓ, ଏନ୍‌ଏସି ନିର୍ବାହୀଅଧିକାରୀଙ୍କୁ ସ୍ମାରକପତ୍ରର ଅବିକଳ ନକଲ ଡାକ ଯୋଗେ ପ୍ରେରଣ କରାଯାଇଥିବା ନେଇ ଗାଡ଼ିଚାଳକ ଓ ହେଲପର ସଂଘର ସମ୍ପାଦକ ହରିକୃଷ୍ଣ ଗୌଡ଼, କର୍ମକର୍ତ୍ତା ଗୋବିନ୍ଦ ନନ୍ଦ, ସନ୍ତୋଷ ବେହେରା, ସୁରେନ୍ଦ୍ର ସାହୁ, ମନୋଜ ଗୌଡ଼ ପ୍ରମୁଖ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri