ଚୌଦ୍ୱାର,୨୯ା୪(ଡି.ଏନ୍.ଏ.) : ସାରାଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏହି ଲକ୍ଡାଉନ୍ ଯୋଗୁ ଗରିବ,ଖଟିଖିଆ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକେ ବେଶ୍ ପ୍ରଭାବିତ ହୋଇଛନ୍ତି। ଏମାନଙ୍କ ଭିତରେ ଚୌଦ୍ୱାରରେ ଥିବା ଟ୍ୟାକ୍ସି ଚାଳକ ସଂଘର ୨୦୦ରୁ ଊର୍ଦ୍ଧ୍ୱ ପଞ୍ଜୀକୃତ ଡ୍ରାଇଭର ଓ ସେମାନଙ୍କ ପରିବାର ନାନାଦି ଅସୁବିଧାରେ କାଳାତିପାତ କରୁଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଟ୍ୟାକ୍ସି ଉପରେ ଲାଗିଥିବା କଟକଣା ଯୋଗୁ ଚକବନ୍ଦ, ଅଖବନ୍ଦ ଭଳି ଅବସ୍ଥା ଦେଖାଦେଇଛି। ଫଳରେ ଟ୍ୟାକ୍ସି ଚାଳକମାନେ କାମ ହରାଇ ସରକାରୀ ସହାୟତାକୁ ଅପେକ୍ଷା କରିଛନ୍ତି। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାର ପର୍ଯ୍ୟନ୍ତ ସମସ୍ତଙ୍କୁ ସରକାରୀ ଯୋଜନାରେ ସହାୟତା ପ୍ରଦାନ କରୁଥିବାବେଳେ ରାଜ୍ୟ ସରକାର ସେମାନଙ୍କୁ ଅବହେଳା କରୁଥିବା ସଂଘ ଅଭିଯୋଗ କରିଛି। ଏନେଇ ଟ୍ୟାକ୍ସି ଚାଳକ ସଂଘ ପକ୍ଷରୁ କଟକ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଚୌଦ୍ୱାର ପୌରପାଳିକା ନିର୍ବାହୀ ଅଧିକାରୀ ପ୍ରଦୀପ୍ତ କୁମାର ବେହେରାଙ୍କୁ ପ୍ରଦାନ କରାଯାଇଛି। ଟ୍ୟାକ୍ସି ଚାଳକ ସଂଘର ସଭାପତି ଜୟ ସିଂହଙ୍କ ଆବାହକତ୍ୱରେ ବହୁ ସଂଖ୍ୟକ ଡ୍ରାଇଭର ସାମାଜିକ ଦୂରତା ରକ୍ଷା କରି ଦାବିପତ୍ର ପ୍ରଦାନ କରିଥିଲେ।
Posted inHome, ଆମ ଜିଲା ଖବର, କଟକ View All
ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…
ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା
ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍ଏଫ୍)ରେ…
୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼
ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…
ସୁନାମି ଆସିବା ୪୫ ମିନିଟ୍ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…
ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…
ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…
ଫାଳିକିଆ ଆଇନ
ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…
ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି
ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

