ସରକାରୀ ସ୍କୁଲ ବନ୍ଦକୁ ବିରୋଧ

ବ୍ରହ୍ମପୁର ଅଫିସ୍‌,୧୮ା୬-କମ୍‌ ଉପସ୍ଥାନ ଦର୍ଶାଇ ଗଞ୍ଜାମ ଜିଲାର ୪୭ ସରକାରୀ ସ୍କୁଲକୁ ଚଳିତ ବର୍ଷ ବନ୍ଦ କରିବାକୁ ନିର୍ଦ୍ଦେଶ ହୋଇଛି । ଏହାକୁ ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ତୀବ୍ର ବିରୋଧ କରାଯାଇଛି । ସୋମବାର ମଞ୍ଚ ପକ୍ଷରୁ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଘଣ୍ଟପିଟି ପ୍ରତିବାଦ କରାଯାଇଥିଲା। ମଞ୍ଚ ପକ୍ଷରୁ ଅଭିଯୋଗ ହୋଇଛି, ପ୍ରତି ବର୍ଷ କମ୍‌ ଉପସ୍ଥାନ ଦର୍ଶାଇ ସରକାରୀ ସ୍କୁଲଗୁଡ଼ିକୁ ବନ୍ଦକରି ଦିଆଯାଉଛି। ଶିକ୍ଷାର ମାନ ବଢ଼ାଇବା ବଦଳରେ ବନ୍ଦ କରିଦେବା ନିନ୍ଦନୀୟ । ଗରିବ ପିଲାମାନେ ଘରୋଇ ସ୍କୁଲଗୁଡ଼ିକରେ ପାଠ ପଢ଼ିପାରୁ ନାହାନ୍ତି ।
ଏଭଳି ସ୍ଥଳେ ସରକାରୀ ସ୍କୁଲ ହିଁ ଏକମାତ୍ର ଭରସା । ଯଦି ଗୋଟିଏ ପରେ ଗୋଟିଏ ସ୍କୁଲକୁ ବନ୍ଦକରି ଦିଆଯିବ, ତେବେ ଗରିବ ପିଲାମାନେ ପଢ଼ିବେ କେଉଁଠି । ସରକାରୀ ଅଧିକାରୀଙ୍କ ପିଲାମାନେ ସରକାରୀ ସ୍କୁଲରେ ପଢ଼ିଲେ ହିଁ ଏହି ସମସ୍ୟା ଦୂର ହୋଇପାରିବ । ଶିକ୍ଷା ଅଧିକାର ଆଇନ୍‌-୨୦୦୯ର କାର୍ଯ୍ୟକାରିତା, କେ.ସି. ହାଇସ୍କୁଲ, କେ.ସି. ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ କେ.ସି. ଟାଉନ୍‌ ହାଇସ୍କୁଲକୁ ସରକାର ନିଜ ଅଧୀନକୁ ନେବା ଏବଂ ଘରୋଇ ସ୍କୁଲଗୁଡ଼ିକ ପବ୍ଲିକ ସ୍କୁଲ ନ ଲେଖିବାକୁ ମଞ୍ଚ ପକ୍ଷରୁ ଦାବି କରାଯାଇଛି । ପରେ ଏନେଇ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡାଙ୍କ ସହ ଆଲୋଚନା କରାଯାଇଥିଲା । ମଞ୍ଚ ସାଧାରଣ ସମ୍ପାଦକ ମାଗୁଣି ନାହାକ, ଅବନୀ କୁମାର ଗୟା, ମନୋଜ କୁମାର ତରାଇ, ଶ୍ୟାମ ସୁନ୍ଦର ଖାଡ଼ଙ୍ଗା, ଶିବ ସୁନ୍ଦର ରଥ, ମହେଶ୍ୱର ବାଡ଼ତ୍ୟା, ସତ୍ୟନାରାୟଣ ରାଓ ଏବଂ ଲକ୍ଷ୍ମୀନାରାୟଣ ରାଉତ ପ୍ରମୁଖ ଏଥିରେ ଭାଗନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri