Posted inଜାତୀୟ

ସରକାରୀ ହସ୍ପିଟାଲରେ ସନ୍ତାନ ପ୍ରସବ କଲେ ଆଇଏଏସ୍‌

ରାଞ୍ଚି,୩।୩: ଝାଡଖଣ୍ଡର ଜଣେ ଆଇଏଏସ୍‌ ଅଧିକାରୀ ସରକାରୀ ହସ୍ପିଟାଲାରେ ତାଙ୍କର ଦ୍ୱିତୀୟ ସନ୍ତାନ ପ୍ରସବ କରିବା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ରାଞ୍ଚିରୁ ୩୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଗୋଡ୍ଡାରେ ନିୟୋଜିତ ଥିବା କିରଣ ପାସି ନାମକ ଏହି ଆଇଏଏସ୍‌ ଅଧିକାରୀ ରବିବାର ସକାଳେ ସରକାରୀ ହସ୍ପିଟାଲରେ ସିଜରିଆନ ସେକ୍ସନ ମାଧ୍ୟମରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିବା ଜଣାପଡିଛି। କିରଣଙ୍କ ଏହି କାମ ପାଇଁ ତାଙ୍କୁ ହସ୍ପିଟାଲର ଡାକ୍ତରଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ଶୁଭକାମନା ଜଣାଇଛନ୍ତି। ଡେପୁଟି କମିଶନର ଭାବେ କାମ କରୁଥିବା କିରଣ ସେହି ଅଞ୍ଚଳରେ ସ୍ବରସ୍ଥ୍ୟ ସେବା ଉପରେ କାମ କରୁଥିବା ବେଳେ ଏହାର ସରକାରୀ ସୁବିଧା ଉଠାଇବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉଛନ୍ତି। ଆଉ ନିଜେ ସରକାରୀ ହସ୍ପିଟାଲରେ ପ୍ରସବ କରିବା ପରେ ସେଠାକାର ଲୋକଙ୍କର ମଧ୍ୟ ସରକାରୀ ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଭରସା ଆସିବ ବୋଲି ହସ୍ପିଟାଲର ଡାକ୍ତର କହିଛନ୍ତି। ରାଜ୍ୟର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଟୁଇଟ କରି କିରଣଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଏଭଳି କାର୍ଯ୍ୟ ପାଇଁ ପ୍ରଶଂସା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?