ସରକାରୀ ହସ୍ପିଟାଲ, ଆର୍‌ଟିଓରେ ଚଢ଼ାଉ : ୮ ଜିଲାରୁ ଗିରଫ ହେଲେ ଆଉ ୧୬ ଦଲାଲ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ସରକାରୀ ହସ୍ପିଟାଲ ଓ ପରିବହନ କାର୍ଯ୍ୟାଳୟକୁ ଦଲାଲଙ୍କ କବଳରୁ ମୁକ୍ତ କରିବା ପାଇଁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ୍‌। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ରାଜ୍ୟର ବିଭିନ୍ନ ଡାକ୍ତରଖାନା, ମେଡିକାଲ କଲେଜ, ରକ୍ତଭଣ୍ଡାର ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଚଢ଼ାଉ ଜାରି ରହିଛି। ଶନିବାର ସୁଦ୍ଧା ୧୫୪ ଦଲାଲ ଧରାପଡିଥିବାବେଳେ ରବିବାର ୮ ଜିଲାରୁ ଆଉ ୧୬ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଯାଜପୁର ଆର୍‌ଟିଓରୁ ୨ଜଣ ଓ ନୂଆପଡ଼ା ଆର୍‌ଟିଓରୁ ୨ଜଣ, ନୟାଗଡ଼ ହସ୍ପିଟାଲରୁ ୧, ବୌଦ୍ଧରୁ ୧, କଳାହାଣ୍ଡିରୁ ୨, କେନ୍ଦୁଝରରୁ ୨, ମୟୂରଭଞ୍ଜରୁ ୧ ଓ ମେଡିକାଲ କଲେଜ ପରିସରରୁ ୫ଜଣ ଦଲାଲଙ୍କୁ ଗିରଫ କରାଯାଇଛି। ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯିବା ସହ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ। ଚଢ଼ାଉ ଓ ପଦକ୍ଷେପକୁ ଜୋର୍‌ଦାର କରିବା ପାଇଁ ଡିଜିପି ବି.କେ. ଶର୍ମା ସମସ୍ତ ଏସ୍‌ପି ଓ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିଦିନର ସ୍ଥିତି ସମ୍ପର୍କରେ ପୋଲିସ ମୁଖ୍ୟାଳୟକୁ ରିପୋର୍ଟ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri