ସରକାରୀ ହସ୍ପିଟାଲ, ଆର୍‌ଟିଓ କାର୍ଯ୍ୟାଳୟରେ ଚଢାଉ: ଦିନକରେ ୭୧ ଦଲାଲ ଗିରଫ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରୋଗୀଙ୍କୁ ଭୁଆଁ ବୁଲାଇ ବିଭିନ୍ନ ଘରୋଇ ହସ୍ପିଟାଲକୁ ପଠାଇ ମୋଟା ଅଙ୍କର ଟଙ୍କା ଲୁଟୁଥିଲେ ଦଲାଲ। ସେହିପରି ବିଭିନ୍ନ ପରିବହନ କାର୍ଯ୍ୟାଳୟରେ ଦଲାଲଙ୍କ ଦ୍ୱାରା ଅନେକ ବ୍ୟକ୍ତି ଠକେଇର ଶୀକାର ହେଉଥିଲେ। ଏ ନେଇ ଅଭିଯୋଗ ବଢିବା ପରେ ସରକାରୀ ହସ୍ପିଟାଲ ଓ ପରିବହନ କାର୍ଯ୍ୟାଳୟ ପରିସରକୁ ଦଲାଲମୁକ୍ତ କରିବା ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ ସରକାର। ସେହି ଅନୁଯାୟୀ ଡିଜିପି ବିଜୟ କୁମାର ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟବ୍ୟାପୀ ବିଭିନ୍ନ ସରକାରୀ ଡାକ୍ତରଖାନା, ମେଡିକାଲ କଲେଜ, ରକ୍ତଭଣ୍ଡାର ଏବଂ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ପୋଲିସ ପକ୍ଷରୁ ଚଢାଉ ଜାରି ରହିଛି। ଗତ ଦୁଇଦିନରେ ରାଜ୍ୟର ବିଭିନ୍ନ ସ୍ଥାନରୁ ମୋଟ ୩୧ଜଣ ଦଲାଲଙ୍କୁ ଗିରଫ କରାଯାଇଥିଲା। ସେହିପରି ଶୁକ୍ରବାର ବିଭିନ୍ନ ହସ୍ପିଟାଲ ଓ ପରିବହନ କାର୍ଯ୍ୟାଳୟରୁ ୭୫ଜଣ ଦଲାଲଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ଯାଜପୁରରେ ୩, କେନ୍ଦ୍ରାପଡ଼ାରେ ୪, ଜଗତସିଂହପୁରରେ ୧, ଗଞ୍ଜାମରେ ୨, ବ୍ରହ୍ମପୁରରେ ୭, କୋରାପୁଟରେ ୧, ରାୟଗଡ଼ାରେ ୮, ନବରଙ୍ଗପୁରରେ ୨,ସୋନପୁରରେ ୧, ଅନୁଗୁଳରେ ୭, ଢେଙ୍କାନାଳରେ ୧, ଦେବଗଡ଼ରେ ୧, କେଉଁଝରରେ ୬, ରାଉରକେଲାରେ ୮, ବାଲେଶ୍ୱରରେ ୮, ଭଦ୍ରକରେ୨, ମୟୂରଭଞ୍ଜରେ ୯ଜଣ ଦଲାଲ ରହିଛନ୍ତି। ଏମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏହି ମାମଲାଗୁଡ଼ିକର ତଦନ୍ତ କରାଯାଇ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଏହି ସ୍ପେଶାଲ ଡ୍ରାଇଭକୁ ଅଧିକ କଡ଼ାକଡ଼ିି କରାଯିବ ବୋଲି ଡିଜିପି ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri