ସରକାର ଶୁଣିଲେନି, ନିଜଖର୍ଚ୍ଚରେ ତାମିଲନାଡୁରୁ ଫେରୁଛନ୍ତି ୪୫ ଶ୍ରମିକ

ସୋନପୁର,୧୭।୫(ନି.ପ୍ର.)-ଲକ୍‌ଡାଉନ୍‌ ଯୋଗୁଁ ତାମିଲନାଡୁର ନାମକୋଲରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୪୫ ଜଣ ଶ୍ରମିକ ଘରକୁ ପେରୁଛନ୍ତି। ଶନିବାର ରାତିରେ ଅନ୍ୟ ଜିଲାର ଓଡିଆ ଶ୍ରମିକଙ୍କ ସହିତ ୩ଟି ବସ୍‌ ଯୋଗେ ନାମକୋଲରୁ ବାହାରିଛନ୍ତି। ଦୀର୍ଘ ୧୮ଶହ କିଲୋମିଟରର ଯାତ୍ରା ପରେ ସୋମବାର ରାତି ୯ଟା ସୁଦ୍ଧା ଶ୍ରମିକମାନେ ସମ୍ବଲପୁରରେ ପହଞ୍ଚତ୍ବେ ବୋଲି ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ମହଦା, ଲିମ୍ବପାଲି ଓ କୋଟସମଲାଇ ଗ୍ରାମର ଏହି ପ୍ରବାସୀ ଶ୍ରମିକମାନେ ଘରକୁ ଫେରିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ରେଜିଷ୍ଟ୍ରେଶନ କରିଥିଲେ । ନିଜ ନିର୍ବାଚନମଣ୍ଡଳୀର ବିଧାୟକ ପଦ୍ମନାଭ ବେହେରା ରାଜ୍ୟ ପରିବହନ ମନ୍ତ୍ରୀ ଅଛନ୍ତି। ହେଲେ ନିଜ ଘରକୁ ଫେରିବା ପାଇଁ ସରକାରଙ୍କ ପକ୍ଷରୁ ଶ୍ରମିକମାନଙ୍କୁ କୌଣସି ସହାୟତା ମିଳିଲାନି। କେନ୍ଦ୍ର ସରକାର ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ଓ ବସ୍‌ ସେବା ପ୍ରଚଳନ କରିଛନ୍ତି। ରାଜ୍ୟ ସରକାର ଏଥିପାଇଁ ନୋଡାଲ ଅଫିସର ମଧ୍ୟ ନିଯୁକ୍ତ କରିଛନ୍ତ। କିନ୍ତୁ ସବୁ ଠୁ ନିରାଶ ହେଲା ପରେ ସୂତା କାରଖାନାରେ କାମ କରୁଥିବା ଶ୍ରମିକମାନେ ନିଜ ଖର୍ଚ୍ଚରେ ସେମାନଙ୍କ ଘରକୁ ଫେରିବାକୁ ବାଧ୍ୟ ହୋଇଛନ୍ତି। କର୍ମସଂସ୍ଥାନ ହରାଇ ଭୋକ ଉପବାସରେ ଥିବା ଶ୍ରମିକମାନେ ନିଜ ସଞ୍ଚତ୍ତ ଅର୍ଥରୁ ୫ହଜାର ୫ଶହ ଟଙ୍କା ଲେଖାଏ ବସ୍‌ ଭଡା ଦେଇ ଘରକୁ ଫେରୁଛନ୍ତି। ସୂତା କାରଖାନାର ମାଲିକ ଶ୍ରମିକମାନଙ୍କୁ ଘରକୁ ଫେରିବା ସମୟରେ ରାତ୍ରୀ ଭୋଜନ ସହିତ ପ୍ରତି ଶ୍ରମିକଙ୍କୁ ୫ଶହ ଟଙ୍କା ଲେଖାଏ ଦେଇଥିବା କୋଟସମଲାଇ ଅଞ୍ଚଳର ପ୍ରବାସୀ ଶ୍ରମିକ ଚିଣ୍ଟୁ ମନ୍ତ୍ରା(୧୮) ଓ ଲକ୍ଷ୍ମୀନ୍ଦ୍ର ବସ୍ତିଆ(୪୫) କହିଛନ୍ତି। ଏହି ଶ୍ରମିକମାନେ ଗତ ୧ ବର୍ଷ ଧରି ସେଠାରେ କାମ କରୁଥିଲେ। କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ହେବା ପରେ କାରଖାନା ବନ୍ଦ ରହିଥିଲା। ଶତାଧିକ ଓଡିଆ ଶ୍ରମିକ କରୋନା ସଂକ୍ରମିତ ଅଞ୍ଚଳରୁ କିଭଳି ନିଜ ଭିଟାମାଟିକୁ ଫେରିବେ ମାନସିକ ଚାପରେ ଥିଲେ। କାରଖାନା ମାଲିକଙ୍କ ସହଯୋଗରେ ତାମିଲନାଡୁ ପୋଲିସ ଶ୍ରମିକମାନଙ୍କୁ ସମ୍ବଲପୁର ପର୍ଯ୍ୟନ୍ତ ବସ୍‌ ଯୋଗେ ଆସିବା ପାଇଁ ଅନୁମତି ପ୍ରଦାନ କରିଥିବା ଜଣାପଡିଛି। ଏହି ଶ୍ରମିକଙ୍କୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ସମ୍ବଲପୁରରୁ ଆଣିବାର ବ୍ୟବସ୍ଥା କରିବାକୁ ଶ୍ରମିକମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ଡୁଙ୍ଗୁରିପାଲି ୨୩/୧୨ (ଦୀନବନ୍ଧୁ ସୁନା ): କୁହୁଡି ପାଇଁ ଦୁର୍ଘଟଣା । କୁହୁଡି ପାଇଁ ରାସ୍ତା ନଦେଖାଯିବା କାରଣରୁ ଧାନ ବୋଝେଇ ଟ୍ରାକ୍ଟର୍‌କୁ ଧକ୍କା ଦେଲା...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri