ସରପଞ୍ଚଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ: ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କ ଉପରେ ପଞ୍ଚାୟତସ୍ତରରେ ରଖିବେ ନଜର; କରାଇବେ ରେଜିଷ୍ଟ୍ରେଶନ, କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୬,୭୮୯ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱର ଶପଥପାଠ କରାଇଛନ୍ତି। ଅନ୍ୟ ରାଜ୍ୟରୁ ଗ୍ରାମକୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖିବା ଏବଂ ସେମାନଙ୍କର ରହିବା, ଖାଇବା, ଚିକିତ୍ସାର ଉଚିତ ବ୍ୟବସ୍ଥା କରିବା ସହ ଗାଁରେ କରୋନାକୁ ପଶିବାକୁ ଦେବେ ନାହିଁ ବୋଲି ମଧ୍ୟ ସରପଞ୍ଚମାନେ ଶପଥ ନେଇଛନ୍ତି।

ଆଗାମୀ ଦିନରେ ଓଡ଼ିଶାକୁ ବାହାରୁ ପ୍ରାୟ ୫ଲକ୍ଷ ଓଡ଼ିଆ ଆସିବାର ସମ୍ଭାବନା ରହିଛି। ଏଣୁ ପ୍ରତ୍ୟେକ ସରପଞ୍ଚ ନିଜ ପଞ୍ଚାୟତକୁ ଆସିବାକୁ ଥିବା ଲୋକମାନଙ୍କ ସମ୍ଭାବନାକୁ ଦୃଷ୍ଟିରେ ରଖି କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରିବାକୁ ପଡ଼ିବ। ରାଜ୍ୟ ସରକାର ଏଥିପାଇଁ ୨୪ତାରିଖରେ ଏକ ପୋର୍ଟାଲ ଖୋଲିବେ। ସେଥିରେ ଆସୁଥିବା ସମସ୍ତ ଲୋକଙ୍କ ଆତ୍ମୀୟ ଓ ପରିବାର ପଞ୍ଜୀକରଣ କରିବେ ତାହା ସୁନିଶ୍ଚିତ କରିବା ସରପଞ୍ଚଙ୍କ ଦାୟିତ୍ୱ। ସବୁ ପଞ୍ଚାୟତ ପାଇଁ ଜଣେ ଜଣେ ନୋଡ଼ାଲ ଅଫିସର ରହିବା ସହ ବିଡିଓମାନେ ପଞ୍ଚାୟତରେ ତଦାରଖ ପାଇଁ ଏକ ୫ଜଣିଆ ଟିମ୍‌ ଗଠନ କରିବାକୁ କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଛି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ କ୍ଷମତା ଦେବା ପରେ ସେମାନେ ଗ୍ରାମାଞ୍ଚଳରେ ଜଣେ ଜଣେ କୋଭିଡ ଯୋଦ୍ଧା ଭାବେ କାମ କରିବେ ବୋଲି କୁହାଯାଇଛି।

ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ସେହିଭଳି ସରପଞ୍ଚମାନେ ବ୍ଲକ ସ୍ତରରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଡ଼ି ହୋଇଥିଲେ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଦିଗରେ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ସେମାନେ ମହାମାରୀ ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପଦକ୍ଷେପକୁ କଡ଼କଡ଼ି ଭାବେ ଅନୁପାଳନ କରିବେ ତେବେ ଗ୍ରାମରେ କରୋନା ପଶିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାଛଡ଼ା କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକରେ ଲୋକମାନଙ୍କୁ ମାଗଣା ଖାଇବାକୁ ଦିଆଯିବା ସହ ସମୟସୀମା ସରିବା ପରେ ପ୍ରୋତ୍ସାହନ ରାଶି ଆକାରରେ ୨ହଜାର ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri