ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା

ବାଙ୍କୀ, ୧୫ା୨ (ସ୍ବ.ପ୍ର.)- ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ନୂଆଗଁା ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା ନୂଆଗାଁ ପଞ୍ଚାୟତ ସରପଞ୍ଚ ମମତା ମହାପାତ୍ରଙ୍କ ସ୍ବାମୀ ଭଗବାନ ସ୍ବାଇଁ ଓ ଖବରଦାତା ଆଦିତ୍ୟ ରଣସିଂହ। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ ଭଗବାନ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ବାଙ୍କୀ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଭଗବାନଙ୍କ ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ, ଭଗବାନ ଓ ଆଦିତ୍ୟ ଏକ ବାଇକ୍‌ରେ ବାଙ୍କୀ ଯାଉଥିଲେ। ଏହି ସମୟରେ ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ପୂର୍ବରୁ ଲୁଚି ରହିଥିବା ଦୁର୍ବୃତ୍ତମାନେ ସେମାନଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri