ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ମାମଲା: ଜେଲ ଗଲେ ବାପା, ଜେଜେବିରେ ପୁଅ ହାଜର

ଦିଗପହଣ୍ଡି,୨୪ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବୋମକେଇ ଗାଁରେ କରୋନା ଆର୍ଥିକ ସହାୟତା ବଣ୍ଟନବେଳେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନଂ.୯୦/୨୦ରେ ମାମଲା ରୁଜୁକରି କ.ନୂଆଗଁା ପୋଲିସ ଅଭିଯୁକ୍ତ ବାପା ଶତ୍ରୁଘ୍ନ ପ୍ରଧାନଙ୍କୁ ଗିରଫ କରି ଦିଗପହଣ୍ଡି କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ତାଙ୍କ ନାବାଳକ ପୁଅଙ୍କୁ ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡ ନିକଟରେ ହାଜର କରାଯାଇଛି। ଆକ୍ରମଣରେ ବ୍ୟବହୃତ କାତିକୁ ଜବତ କରାଯାଇଥିବା ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ କହିଛନ୍ତି। ବୁଧବାର ସରପଞ୍ଚ ପ୍ରତିନିଧି ଭଗବାନ ଅନ୍ୟ ସରକାରୀ ଅଧିକାରୀଙ୍କ ସହ ମିଶି ଗଁାରେ କରୋନା ସହାୟତା ଅର୍ଥ ବଣ୍ଟନ କରୁଥିବାବେଳେ ମୋର ରାଶନ କାର୍ଡ କାହିଁକି ହୋଇନାହିଁ ବୋଲି କହି ଶତ୍ରୁଘ୍ନ ଗାଳିଗୁଲଜ କରିଥିଲେ। ଭଗବାନ ପ୍ରତିବାଦ କରିବାରୁ ତାଙ୍କ ନାବାଳକ ପୁଅ ଏକ କାତି ଧରି ଆସି ତାଙ୍କୁ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?