ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ମାମଲା: ଜେଲ ଗଲେ ବାପା, ଜେଜେବିରେ ପୁଅ ହାଜର

ଦିଗପହଣ୍ଡି,୨୪ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବୋମକେଇ ଗାଁରେ କରୋନା ଆର୍ଥିକ ସହାୟତା ବଣ୍ଟନବେଳେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନଂ.୯୦/୨୦ରେ ମାମଲା ରୁଜୁକରି କ.ନୂଆଗଁା ପୋଲିସ ଅଭିଯୁକ୍ତ ବାପା ଶତ୍ରୁଘ୍ନ ପ୍ରଧାନଙ୍କୁ ଗିରଫ କରି ଦିଗପହଣ୍ଡି କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ତାଙ୍କ ନାବାଳକ ପୁଅଙ୍କୁ ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡ ନିକଟରେ ହାଜର କରାଯାଇଛି। ଆକ୍ରମଣରେ ବ୍ୟବହୃତ କାତିକୁ ଜବତ କରାଯାଇଥିବା ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ କହିଛନ୍ତି। ବୁଧବାର ସରପଞ୍ଚ ପ୍ରତିନିଧି ଭଗବାନ ଅନ୍ୟ ସରକାରୀ ଅଧିକାରୀଙ୍କ ସହ ମିଶି ଗଁାରେ କରୋନା ସହାୟତା ଅର୍ଥ ବଣ୍ଟନ କରୁଥିବାବେଳେ ମୋର ରାଶନ କାର୍ଡ କାହିଁକି ହୋଇନାହିଁ ବୋଲି କହି ଶତ୍ରୁଘ୍ନ ଗାଳିଗୁଲଜ କରିଥିଲେ। ଭଗବାନ ପ୍ରତିବାଦ କରିବାରୁ ତାଙ୍କ ନାବାଳକ ପୁଅ ଏକ କାତି ଧରି ଆସି ତାଙ୍କୁ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୪ ଗାଁ ଚିହ୍ନଟରେ ସୀମିତ ସୁନାମି ମୁକାବିଲା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ...

ଅଙ୍ଗନୱାଡି କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ

ଜଗତ୍‌ସିଂହପୁର, ୨୮ା୪ (ପ୍ରମୋଦ କୁମାର ନାୟକ)୨୦୧୦ରେ ତିର୍ତ୍ତୋଲ ବ୍ଲକ ପୁଟିଙ୍ଗ ଗ୍ରାମ ଅଧୀନ ୪ନଂ. ୱାର୍ଡରେ ଅଙ୍ଗନୱାଡି କେନ୍ଦ୍ର-୨ ଖୋଲା ଯାଇଥିଲା। କିନ୍ତୁ ଏହି କେନ୍ଦ୍ରରେ...

କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା

ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍‌ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri