ସରଳ ହେବ ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର, ୨୦ା୧୦ (ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ଡାକ୍ତରଖାନାଗୁଡିକର ଆମ୍ବୁଲାନ୍ସ ସେବା ଗୋଟିଏ କଲ୍‌ ସେଣ୍ଟର ଦ୍ୱାରା ପରିଚାଳିତ ହେବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନରେ ଏ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କୌଣସି ଦୁର୍ଘଟଣା ଘଟିବାର ପରବର୍ତ୍ତୀ କେଇ ଘଣ୍ଟା ସମୟ ବହୁତ ମୂଲ୍ୟବାନ ହୋଇଥାଏ। ତେଣୁ ଏହି ସମୟରେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିର ଚିକିତ୍ସା ପାଇବା ଅତ୍ୟନ୍ତ ଜରୁରୀ। ଦୁର୍ଘଟଣା ପରବର୍ତ୍ତୀ ୪୮ ଘଣ୍ଟା ତଥା ଗୋଲ୍ଡେନ ଆୱାର ମ୍ୟାନେଜମେଣ୍ଟ ପାଇଁ ଷ୍ଟାଣ୍ଡାର୍ଡ ଅଫ୍‌ ପ୍ରୋସିଜିଓର(ଏସ୍‌ଓପି) ଜାରି କରାଯାଇଛି। ଏ ନେଇ ଖୁବ୍‌ ଶୀଘ୍ର ବିଧିବଦ୍ଧ ବିଜ୍ଞପ୍ତି ସ୍ବାସ୍ଥ୍ୟ ବିଭାଗ ଜାରି କରିବ। ବର୍ତ୍ତମାନ ୫୧୨ଟି ୧୦୮ ଆମ୍ବୁଲାନ୍ସ ଏବଂ ୧୯ ଦମକଳ ଆମ୍ବୁଲାନ୍ସ ଜରୁରିକାଳୀନ ପରିସ୍ଥିତି ଯୋଗାଇ ଦେଉଛନ୍ତି। ସେହିପରି ଜାତୀୟ ରାଜପଥଗୁଡିକରେ ଏନ୍‌ଏଚ୍‌ଏଆଇ ପକ୍ଷରୁ ମଧ୍ୟ ପ୍ରତି ୫୦ କି.ମି.ରେ ଗୋଟିଏ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି। ଏହା ଛଡା ଅନ୍ୟାନ୍ୟ ସମାଜସେବୀ ସଂସ୍ଥା, ଘରୋଇ ହସ୍ପିଟାଲ ଏବଂ କର୍ପୋରେଟମାନଙ୍କ ଦ୍ୱାରା ଆମ୍ବୁଲାନ୍ସ ଯୋଗାଇ ଦିଆଯାଉଛି। ଏହିପରି ଭାବେ ଦେଖିଲେ ୧୫୬୨ଟି ଘରୋଇ ଆମ୍ବୁଲାନ୍ସ ରହିଥିବା ପ୍ରାଥମିକ ଆକଳନରୁ ଜଣାପଡିଛି। ପ୍ରତ୍ୟେକ ଆମ୍ବୁଲାନ୍ସରେ ଜିପିଏସ୍‌ ଟ୍ରାକିଂ ବ୍ୟବସ୍ଥା ରହିବ, ଯାହାଦ୍ୱାରା ଏହାର ଗତିବିଧି ଉପରେ ନିୟନ୍ତ୍ରଣ ଆଣିହେବ। ଆମ୍ବୁଲାନ୍ସ ସେବା କାର୍ଯ୍ୟରେ ବ୍ୟବହୃତ ଗାଡିକୁ ସମସ୍ତ ପ୍ରକାର ପରୀକ୍ଷା କରି ପଞ୍ଜୀକରଣ କରାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?