ସରିଲା ଆସିକା ଲୋକ ସଭା, ୭ ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ସିଲ୍‌ ହେଲା ୫୨ ପ୍ରାର୍ଥୀଙ୍କ ଭାଗ୍ୟ

ବ୍ରହ୍ମପୁର ଅଫିସ,୧୯ା୪-ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଆସିକା ଲୋକ ସଭା ଆସନ ଓ ଏହା ଅଧୀନ ଖଲ୍ଲିକୋଟ, ପୋଲସରା, କବିସୂର୍ଯ୍ୟନଗର, ଆସିକା, ହିଞ୍ଜିଳି, ସାନଖେମୁଣ୍ଡି ଓ ସୋରଡ଼ା ବିଧାନସଭା କ୍ଷେତ୍ରରେ ଗୁରୁବାର ମତଦାନ ହୋଇଯାଇଛି। ଲୋକ ସଭା ନିର୍ବାଚନ ଲଢ଼ୁଥିବା ଭାଜପା ପ୍ରାର୍ଥିନୀ ଅନୀତା ଶୁଭଦର୍ଶିନୀ ପୋଲସରା ନିକଟ ଢ଼ୁଙ୍କାପଡ଼ା ଗ୍ରାମରେ ହୋଇଥିବା ବୁଥରେ ଭୋଟ ଦେଇଥିବା ବେଳେ ବିଜେଡି ପ୍ରାର୍ଥିନୀ ପ୍ରମିଳା ବିଶୋୟୀ ଆସିକା ନିକଟ ଚେରମାରିଆରେ ମତଦାନ କରିଥିଲେ। ତେବେ କଂଗ୍ରେସ ସମର୍ଥିତ ସିପିଆଇ ପ୍ରାର୍ଥୀ ରାମକୃଷ୍ଣ ପଣ୍ଡାଙ୍କ ନାମ ଭୁବନେଶ୍ୱରର ଭୋଟର ତାଲିକାରେ ଥିବାରୁ ସେ ମତଦାନ କରିପାରି ନ ଥିଲେ ।

ଅନ୍ୟ ୫ ପ୍ରାର୍ଥୀ ନିଜ ଅଞ୍ଚଳରେ ଭୋଟ ଦେଇଥିବା ଖବର ମିଳିଛି। ବିଜେଡି, ଭାଜପା, କଂଗ୍ରେସ ଓ ଅନ୍ୟ ଦଳର ବିଧାୟକ ପ୍ରାର୍ଥୀମାନେ ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ମତଦାନ କରିଥିଲେ ।

ପୋଲସରା ସହରାଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ ହୋଇଥିବା ବେଳେ ସୋରଡ଼ା ନିର୍ବାଚନ ମଣ୍ଡଳୀର ଗୋଟିଏ ବୁଥରେ ଇଭିଏମ ଭଙ୍ଗାରୁଜା ହୋଇଥିବା କୁହାଯାଇଛି। ଅନ୍ୟ ବିଧାନସଭା କ୍ଷେତ୍ରରେ ଶାନ୍ତିପୂର୍ଣ୍ଣ ଭାବେ ଭୋଟ ଗ୍ରହଣ ହୋଇଥିବା ସରକାରୀ ସୂତ୍ରରୁ ଜଣାଯାଇଛି । ଅପରାହ୍ନ ୫ଟା ସୁଦ୍ଧା ପୋଲସରାରେ ୫୧.୫%, କବିସୂର୍ଯ୍ୟନଗର ୫୨%, ଖଲ୍ଲିକୋଟ ୫୧.୭%, ଆସିକା ୫୭.୬%, ସୋରଡ଼ା ୫୪.୬%, ସାନଖେମୁଣ୍ଡି ୫୫%, ହିଞ୍ଜିଳିରେ ୫୪.୮% ଏବଂ ସଂସଦୀୟ କ୍ଷେତ୍ରରେ ୫୩.୮% ମତଦାନ ହୋଇଛି ।

ସୂଚନାଯୋଗ୍ୟ, ଆସିକା ଲୋକ ସଭା ନିର୍ବାଚନ ଲଢ଼ୁଥିବା  ୭ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମୁଦାୟ ୫୨ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ ହୋଇଯାଇଛି । ଅପରପକ୍ଷରେ ଏଥର ନିର୍ବାଚନରେ ମୁଖ୍ୟତଃ ବିଜେଡି ଓ ଭାଜପା ମଧ୍ୟରେ କଡ଼ା ମୁକାବିଲା ହୋଇଛି । ଜାତୀୟ ଦଳ କଂଗ୍ରେସ ପ୍ରାର୍ଥୀ ନ ଦେଇ ସିପିଆଇକୁ ସମର୍ଥନ କରିଛି ।

ସ୍ବାଧୀନତା ପରେ ୧୯୫୧-୫୨ରୁ ୨୦୧୪ ସୁଦ୍ଧା ହୋଇଥିବା ୧୬ ଲୋକ ସଭା ନିର୍ବାଚନ ମଧ୍ୟରୁ ଆସିକା ସଂସଦୀୟ କ୍ଷେତ୍ରରୁ ୬ କଂଗ୍ରେସ, ୫ ବିଜେଡି, ୩ ଜନତା ଦଳ ପ୍ରାର୍ଥୀମାନେ ନିର୍ବାଚିତ ହୋଇଛନ୍ତି। ଜଣେ ଲେଖାଏ  ସିପିଆଇ ଓ ସ୍ବାଧୀନ ପ୍ରାର୍ଥୀ ଏମ୍‌ପି ହୋଇଥିବା ନିର୍ବାଚନୀ ତଥ୍ୟ ରହିଛି। ଚଳିତ ବର୍ଷର ସପ୍ତଦଶ ଲୋକ ସଭା ନିର୍ବାଚନରେ ଆସିକା ଆସନରେ ପ୍ରଥମ କରି ୨ ମହିଳା ମଇଦାନକୁ ଓହ୍ଲାଇଛନ୍ତି। ଏସ୍‌ଏଚଜିର  ମହିଳା ପ୍ରମିଳା ବିଶୋୟୀଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ତାଙ୍କୁ ଟକ୍କର ଦେବା ପାଇଁ  ଅନୀତା ଶୁଭଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି ଭାଜପା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?