ସରିଲା କୁନ୍ଦୁଳିଆ ମହୋତ୍ସବ

ବିଶୋଇ,୨୩ା୧(ଡ଼ି.ଏନ୍‌.ଏ.)- ବିଶୋଇ ଅଞ୍ଚଳର କୁନ୍ଦୁଳିଆଠାରେ ଦିଗବିଜୟ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩୧ ତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ‘କୁନ୍ଦୁଳିଆ ମହୋତ୍ସବ- ୨୦୨୦’ ଉଦ୍‌ଯାପିତ ହୋଇଯାଇଛି। ୩ ଦିନିଆ ଏହି ମହୋତ୍ସବର ଉଦ୍‌ଯାପନୀ ଦିବସରେ ପରିବେଷଣ ହୋଇଥିବା ଢ଼ାବୁଲ ନୃତ୍ୟରେ ଦର୍ଶକ ଝୁମି ଥିଲେ। ଏହି ଉତ୍ସବକୁ ବିଶୋଇ ସରପଞ୍ଚ ଘାସିନୀ ନାଏକ ମୁଖ୍ୟଅତିଥି ଭାବରେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଦ୍ୱିତୀୟ ଦିବସରେ ବାଳିକାବାଳକ, ମହିଳା ଓ ପୁରୁଷ ବିଭାଗର ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସେଥିମଧ୍ୟରୁ ବୟସ୍କ ମହିଳାମାନଙ୍କ ଦୌଡ଼ ପ୍ରତିଯୋଗିତା ବେଶ ଆକର୍ଷଣୀୟ ଥିଲା। ଅପରାହ୍ନରେ ଆଦିବାସୀ ସମ୍ପ୍ରଦାୟର ପାରମ୍ପରିକ ନୃତ୍ୟ ଡ଼ାଣ୍ଠା, ଡ୍ରାମା, ବୁଢ଼ୀଗାଳି ଓ ଦାସାଏଂ ନୃତ୍ୟ ପ୍ରତିଯୋଗିତା ହୋଇଥିଲା। ଏଥିରେ ଯୋଡ଼ିଆ ଭଞ୍ଜ ଦିଶମ ଡ଼ାଣ୍ଠା ପାର୍ଟି ପ୍ରଥମ, ବିଶୋଇର ଜିଆଳ ଜୁମିଦ ବୁଢ଼ୀଗାଳି ଦଳ ଦ୍ୱିତୀୟ ଓ କୁଲଗିଡ଼ିହି ବୁଢ଼ୀଗାଳି ଦଳ ୩ୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ସାରେ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବରେ ବିଜେଡି କାର୍ଯ୍ୟକାରୀ ସଭାପତି ଦେବାଶିଷ ମାରାଣ୍ଡି, ମୁଖ୍ୟବ୍ୟକ୍ତା ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ଚୈତନ୍ୟ ହାଁସଦା, ସମ୍ମାନନୀୟ ଅତିଥି ବାଉତିବେଡା ସମିତିସଭ୍ୟ କ୍ଷୀରଦ କୁମାର ନନ୍ଦ, ଜିଲା ପରିଷଦ ସଦସ୍ୟ ଗୁରୁବା ମୁର୍ମୁ, ବିଶୋଇ ସରପଞ୍ଚ ଘାସିନୀ ନାଏକ, ଯୋଡ଼ିଆ ସରପଞ୍ଚ ଚାନ୍ଦ୍ରାୟ ସୋରେନ, ଯୁବନେତା ନିଲେଶ ରାମ, ଖେଲାରାମ ଟୁଡୁ, ହରିମୋହନ ନାଏକ ପ୍ରମୁଖ ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃୃତ କରିଥିଲେ।
ଉଦ୍‌ଯାପନୀ ଦିବସରେ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଫୁଟବଲ ପ୍ରତିଯୋଗିତାରେ ସିକିଳିଡି ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ପାନପୋଷି ଟିମ୍‌ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲା। ଉଦ୍‌ଯାପନୀ ଦିବସରେ ମାଝୀ ହାଡ଼ାମ ଜାସାଇ ହେମ୍ବ୍ରମ, ଆଦିତ୍ୟ ମାଇତି, ପ୍ରଫେସର ଯଶୋବନ୍ତ ଶେଖର ହାଁସଦା, ଜୟରାମ ମାଝୀ, ହରିମୋହନ ନାଏକ, ଦିବାକର ସରେନ, ଖୁଦିରାମ ମାର୍ଣ୍ଡି ପ୍ରମୁଖ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। କ୍ଲବର ବରିଷ୍ଠ ସଦସ୍ୟ ଶାନ୍ତନୁ ପାତ୍ର ସଭା ପରିଚାଳନା କରିଥିବାବେଳେ ସଭାପତି ତାରାଶଙ୍କର ସାମନ୍ତ, ସମ୍ପାଦକ ରାଜୀବ ନାଏକ, କୋଷାଧ୍ୟକ୍ଷ ଅଭିଷେକ ମାଇତି ଓ କିରଣ କୁମାର ପାତ୍ରଙ୍କ ସମେତ କ୍ଲବର ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri