ସରିଲା କୁମ୍ଭୀର ଗଣନା: ଆଖପାଖ ପୋଖରୀ ସହ ଘୋଡ଼ାହାଡ଼ ଡ୍ୟାମରେ ୬୫ କୁମ୍ଭୀର ଚିହ୍ନଟ

ଦିଗପହଣ୍ଡି, ୧୦।୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଘୋଡ଼ା ହାଡ଼ ଡ଼୍ୟାମ ସମେତ ଆଖପାଖ ପୋଖରୀରେ ଶୁକ୍ରବାର ବନବିଭାଗ ପକ୍ଷରୁ କୁମ୍ଭୀର ଗଣନା ସରିଛି। ଗତ ବର୍ଷ ଡ଼୍ୟାମରେ ୪୩ଟି ଗୋ ମୁହାଁ ପ୍ରଜାତିର କୁମ୍ଭୀର ଚିହ୍ନଟ କରାଯାଇଥିବା ବେଳେ ଚଳିତ ବର୍ଷ ୪୪ କୁମ୍ଭୀରଙ୍କୁ ଚିହ୍ନଟ କରାଯାଇଥିବା ଦିଗପହଣ୍ଡି ରେଞ୍ଜର ପ୍ରମୋଦ କୁମାର ଖଡ଼ଗ ରାୟ କହିଛନ୍ତି। ସେହିପରି ଡ୍ୟାମ ଇଲାକାରେ ଥିବା ବିଭିନ୍ନ ଗାଁ ପୋଖରୀ ଓ ଜଳାଶୟ ଗୁଡ଼ିକରେ ଗତ ବର୍ଷ ୧୫ କୁମ୍ଭୀର ଥିବା ବେଳେ ଚଳିତ ବର୍ଷ ସଂଖ୍ୟା ୨୨କୁ ବୃଦ୍ଧି ହୋଇଥିବା ରେକର୍ଡ କରାଯାଇଛି। ପୂର୍ବାହ୍ନ ପ୍ରାୟ ୯ଟାରୁ ଅପରାହ୍ନ ୨ଟା ଯାଏ ୧୦ଟି ତାଲିମ ପ୍ରାପ୍ତ ବନ କର୍ମଚାରୀ ଟିମ୍‌ ୧୦ ଡଙ୍ଗାରେ ଡ୍ୟାମ ଭିତରକୁ ଯାଇ କୁମ୍ଭୀର ଗଣନା କରିଥିଲେ। ଗଣନା କାର୍ଯ୍ୟରେ ସହକାରୀ ବନ ସଂରକ୍ଷକ ଏ. ମାଧବିଲତା, ସାମନ୍ତିଆ ପଲ୍ଲୀ ବନାଞ୍ଚଳ ଅଧିକାରୀ ରଜତ କୁମାର ମିଶ୍ର, ବନପାଳ ଅକ୍ଷୟ କୁମାର ତ୍ରିପାଠୀ, ସୀତାରାମ ପାତ୍ର, ଶିବରାମ ନାୟକ, କେ. କବିତା ରେଡ୍ଡୀ, ବିଜୟ କୁମାର ମାଝୀ ପ୍ରମୁଖ ୪୦ରୁ ଊର୍ଦ୍ଧ୍ୱ ବନ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri