Posted inରାଜ୍ୟ

ସରିଲା ଖରାଛୁଟି, ଖୋଲିଲା ସ୍କୁଲ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଶେଷ ହେଲା ଖରାଛୁଟି। ଶୁକ୍ରବାର ଖୋଲିଛି ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ସହ ଘରୋଇ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଖୋଲିଛି। ତେବେ ସରକାରୀ ବିଦ୍ୟାଳୟଗୁଡ଼ିକରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ କ୍ଲାସ ହେବ। ସେହିଭଳି ଘରୋଇ ସ୍କୁଲଗୁଡ଼ିକ ନିଜ ନିର୍ଧାରିତ ସମୟସୂଚି ଅନୁଯାୟୀ କ୍ଲାସ କରାଯିବ ବୋଲି ଜଣାପଡ଼ିଛି।

ଦୁଇ ମାସ ଖରାଛୁଟି ପରେ ସ୍କୁଲ ଖୋଲୁଥିବାରୁ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ସ୍ବତନ୍ତ୍ର ଢଙ୍ଗରେ ସ୍ବାଗତ କରାଯାଇଛି। ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ମଧ୍ୟ ଥିବାରୁ କେତେକ ବିଦ୍ୟାଳୟରେ ଏହି ଦିବସକୁ ପାଳନ କରାଯାଇଛି। ପିଲାମାନଙ୍କ ସହ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକମାନେ ଯୋଗ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍‌ ୨୫ ପର୍ଯ୍ୟନ୍ତ ଖରାଛୁଟି ଅବଧିକୁ ବଢ଼ାଇଥିଲେ। ମାତ୍ର ଜୁନ୍‌ ୨୧ରେ ସ୍କୁଲ ଖୋଲିବ ବୋଲି ପୁନର୍ବାର ଘୋଷଣା କରାଯାଇଥିଲା। ପାଗ ବଦଳିଥିବାରୁ ନିଷ୍ପତ୍ତିକୁ ମଧ୍ୟ ବଦଳାଇଥିଲେ ରାଜ୍ୟ ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri