ସରିଲା ଜଉକଣ୍ଢେଇ ବାହାଘର : ବରଘର ପକ୍ଷରୁ ‘ରକ୍ତ ଦେବି ଜୀବନ ବଞ୍ଚାଇବି’ କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୧।୬-ବାଲେଶ୍ୱରର ଲୋକପର୍ବ ଜଉକଣ୍ଡେଇ ବାହାଘର ଉତ୍ସବ କମିଟି ପକ୍ଷରୁ ସମ୍ପନ୍ନ ହୋଇଛି। କନ୍ୟା ଟୁସୁକୁ ଧରି ବର ଶଙ୍କର ଗାନ୍ଧୀ ସ୍ମୃତିଭବନସ୍ଥିତ ଘରେ ପହଞ୍ଚତ୍ଛନ୍ତି। ସେଠାରେ ସେମାନଙ୍କୁ ଏକ ମଞ୍ଚରେ ସୁନ୍ଦର ଭାବେ ସଜାଯାଇ ବସା ଯାଇଛି। ବରଘରେ କନ୍ୟାକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମୁଛି। ଏହି ଅବସରରେ ପ୍ରତି ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପ୍ରତିଯୋଗିତା ଆୟୋଜନ କରାଯାଇଛି। ଅତିଥିମାନେ ଉତ୍ସବରେ ଯୋଗଦେଇ ଜଉକଣ୍ଢେଇ ପରମ୍ପରା ଏବଂ ଲୋକପର୍ବ ସମ୍ପର୍କରେ ନୂଆ ତଥ୍ୟ ପ୍ରଦାନ କରୁଛନ୍ତି। ଲଗ୍ନଧରା କାର୍ଯ୍ୟକ୍ରମରେ ବରଘର ତରଫରୁ କନ୍ୟାଘରକୁ ‘ବିଜ୍ଞାନକୁ ଆଦରନ୍ତୁ ଓ ଅନ୍ଧବିଶ୍ୱାସକୁ ଦୂରାନ୍ତୁ’ ଏବଂ କନ୍ୟାଘର ପକ୍ଷରୁ ବରଘରକୁ ‘ରକ୍ତ ଦେବି ଜୀବନ ବଞ୍ଚାଇବି’ ଦାବି କରାଯାଇଥିଲା। ଏହି ଅବସରରେ ଶନିବାର ପୂର୍ବାହ୍ନରେ ଗାନ୍ଧୀ ସ୍ମୃତିଭବନ ପରିସରରେ ବରଘର ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏଥିରେ ୩୦ ୟୁନିଟ୍‌ ରକ୍ତ ସଂଗୃହ କରାଯାଇଥିଲା। ରକ୍ତଦାନ ଶିବିରକୁ ଚଳିତବର୍ଷର ବରପିତା ନାଟ୍ୟ ନିର୍ଦ୍ଦେଶକ ସୁରଞ୍ଜନ ଦାସ ମହାପାତ୍ର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। କମିଟି ସଦସ୍ୟ ରାଜେଶ ଗିରି, ଆଇନଜୀବୀ ରଘୁନାଥ ଲେଙ୍କା, ବ୍ରହ୍ମ ରଥ, ଜୟଶ୍ରୀ ସାହୁ, ଇଂ. ହୃଷିକେଶ ସାହୁ, ଶିଳ୍ପୀ କେଶୁ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ପରିଚାଳିତ ହୋଇଥିଲା।
ଶୁକ୍ରବାର ସନ୍ଧ୍ୟାରେ ଆୟୋଜିତ ସଭାକୁ ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତି ମଧୁମିତା ଦାସ ମୁଖ୍ୟଅତିଥି ଭାବେ ଉଦ୍‌ଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବରେ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ, ଡ଼ିଏଫ୍‌ଓ ବିଶ୍ୱରାଜ ପଣ୍ଡା, ପୂର୍ବତନ ନଗରପାଳ ଆଲୋକ କୁମାର ସାହୁ, ମୁଖ୍ୟବକ୍ତା ଭାବରେ କଲିକତା ସରକାରୀ କଳା ମହାବିଦ୍ୟାଳୟର ଭାସ୍କର୍ଯ୍ୟ ବିଭାଗର ମୁଖ୍ୟ ଅଖିଳ ଚନ୍ଦ୍ର ଦାସ, ପୂର୍ବବର୍ଷମାନଙ୍କର ବରପିତା ଇଂ. ଅଶୋକ ମହାପାତ୍ର, ରବିନାରାୟଣ ଦାଶ, ମଧୁସୂଦନ ଦାସ ଓ ବିମଳ ଜେନା, ଚଳିତବର୍ଷର କନ୍ୟା ପିତା ରାଜକିଶୋର ରଣା ଯୋଗଦେଇ ଜଉକଳାର ପ୍ରଚାର ପ୍ରସାର ପାଇଁ ହେଉଥିବା ଏ ପ୍ରକାର କାର୍ଯ୍ୟକ୍ରମର ପ୍ରଶଂସା କରିଥିଲେ। ପ୍ରାରମ୍ଭିକ କଥା ସୁଶାନ୍ତ କୁମାର ବେହେରା ରଖିଥିବା ବେଳେ ଶେଷ କଥା ରଖିଥିଲେ ମନସ୍ବନୀ ଦେବୀ। ଏହି ଅବସରରେ ବାରିପଦାରୁ ଆସିଥିବା ଛଉ ନୃତ୍ୟ ଦଳ ନୃତ୍ୟ ପରିବେଷଣ କରିଥିଲେ। ଅପରାହ୍ନରେ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ୧୫ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri