ସରିଲା ଜିଲା ବରିଷ୍ଠ ଖୋ-ଖୋ ଦଳ ଚୟନ: ୬ରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତର ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ମଙ୍ଗଳବାର ଯାଜପୁର ଜିଲାସ୍ତରୀୟ ଖୋ-ଖୋ ଦଳ ଚୟନ ପ୍ରକ୍ରିୟା ଚୂଡ଼ାନ୍ତ ହୋଇଛି। ବରିଷ୍ଠ ବିଭାଗର ପୁରଷ ଓ ମହିଳାଦଳ ମନୋନୟନ କରାଯାଇ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି। ଉଭୟଦଳ କଟକ ଜିଲାର ଆଠଗଡ଼ଠାରେ ଡିସେମ୍ବର ୬ତାରିଖରେ ଆରମ୍ଭ ହେବାକୁ ଥିବା ରାଜ୍ୟସ୍ତରୀୟ ଖୋ-ଖୋ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ବୋଲି ଜଣାପଡିଛି। ପ୍ରତ୍ୟେକ ଦଳରୁ ୧୨ଜଣ ଲେଖାଏ ଖେଳାଳି ମନୋନୟନ କରାଯାଇଛି। ଏଥିସହ ଦୁଇଜଣ ପ୍ରଶିକ୍ଷକ ଓ ଜଣେ ପରିଚାଳଙ୍କ ଉପରେ ଦଳର ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଚଳିତବର୍ଷ ଯାଜପୁର ଖୋ-ଖୋ ଦଳ ଭଲ ଖେଳ ପ୍ରଦର୍ଶନ କରିବ ବୋଲି ଯାଜପୁର ଜିଲା କ୍ରୀଡା ସଂସଦର ସଂପାଦକ ସମ୍ବିତ ମହାନ୍ତି ଆଶା ପ୍ରକଟ କରିଛନ୍ତି ା ଏଠାରେ ଅନୁଷ୍ଠିତ ଚୟନ ପ୍ରକ୍ରିୟାକୁ ଅଫିସିଆଲ ଭାବରେ ଶଙ୍କର୍ଷଣ ବେହେରା, ସ୍ବାତିସୁଚରିତା ପତି, ଶିବାନୀ ସିଂ, ସୁନନ୍ଦ ରାଉତ, କ୍ରିଡା ଶିକ୍ଷକ ଅନାଦି ସାହୁ ପ୍ରମୁଖ ପିରଚାଳନା କରିଥିଲେ ା ଏହି ଚୟନ ପ୍ରକ୍ରିୟାରେ ଜିଲାର ୧୦ଟି ବ୍ଲକ ଓ ୨ଟି ପୌରପରିଷଦ ଅଂଚଳରୁ ଖେଳାଳିମାନେ ଯୋଗଦେଇ ନିଜର କ୍ରୀଡାନୈପୁଣ୍ୟ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri