ସରିଲା ବାହାର ଚନ୍ଦନ ଯାତ୍ରା; ଆଜିଠୁ ଭିତର ଚନ୍ଦନ

ପୁରୀ ଅଫିସ, ୨୮।୫: ଶ୍ରୀକ୍ଷେତ୍ରରେ ପବିତ୍ର ଅକ୍ଷୟ ତୃୀତୀୟାଠାରୁ ଆରମ୍ଭ ହୋଇଥିବା ବାହାର ଚନ୍ଦନଯାତ୍ରା ସୋମବାର ଶେଷ ହୋଇଛି। ରବିବାର ମହାପ୍ରଭୁଙ୍କ ଶ୍ରୀକ୍ଷେତ୍ର ଭଉଁରୀ ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାରଠାରୁ ଭିତର ଚନ୍ଦନଯାତ୍ରା ଆରମ୍ଭ ହେବ। ଚନ୍ଦନଯାତ୍ରା ଲାଗି ସୋମବାର ଅପରାହ୍ନରେ ଠାକୁର ବିଜେ ହୋଇଥିଲେ। ସିଂହଦ୍ୱାରରୁ ପଟୁଆରରେ ପଞ୍ଚୁପାଣ୍ଡବଙ୍କ ସହ ବିଶାଳ ଶୋଭାଯାତ୍ରାରେ ଚନ୍ଦନ ଚକଡାରେ ପହଞ୍ଚତ୍ଥିଲେ। ପରେ ଠାକୁର ଚାପକୁ ବିଜେ ହୋଇଥିଲେ। ଚାପରେ ମୁଦିରସ୍ତ ସେବକମାନେ ଶ୍ରୀଦେବୀ, ଭୂଦେବୀ, ମଦନମୋହନଙ୍କୁ ପ୍ରସାଦ ଲାଗି କରିଥିଲେ। ପରେ ଚାପ ଆରମ୍ଭ ହୋଇଥିଲା। ନନ୍ଦାରେ ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀ ଏବଂ ଭଦ୍ରାରେ ଶ୍ରୀରାମକୃଷ୍ଣ, ପଞ୍ଚୁପାଣ୍ଡବ, ନରେନ୍ଦ୍ର ପୁଷ୍କରିଣୀରେ ଏକ ଘେରା ବୁଲି ଜଳକ୍ରୀଡ଼ା କରିଥିଲେ। ଦିନ ଚାପ ସରିବା ପରେ ନନ୍ଦା ଓ ଭଦ୍ରା ଏକାଠି ଯୋଡ଼ି ହୋଇଥିଲେ। ରାମକୃଷ୍ଣ ମଦନମୋହନ ଚାପକୁ ବିଜେ କରିଥିଲେ। ମୁଦିରସ୍ତ ସେବକ ହଳଦୀ ପାଣି ପିଚକାରୀ ମାରି ଦିଅଁଙ୍କ ଶ୍ରୀପୟର ଧୋଇଥିଲେ। ଭିତରଚ୍ଛ ବନ୍ଦାପନା କରି ସାରିବା ପରେ ମୁଦିରସ୍ତ ଚାମର ଆଲଟ କରି ରାଜନୀତି ସମ୍ପନ୍ନ କରିଥିଲେ। ଦିଅଁ ଚନ୍ଦନ ମଣ୍ଡପକୁ ବିଜେ ହୋଇଥିଲେ। ସେଠାରେ ମଇଲମ ବେଶ ହେଲା ପରେ ଶୀତଳ ଭୋଗ ବଢ଼ିଥିଲା। ଝୁଲଣ କୁଞ୍ଜ ଲାଗି ହୋଇ ଠାକୁରଙ୍କ ବେଶ ହୋଇଥିଲା। ଦିଅଁଙ୍କୁ ମାଣ୍ଡୁଅ ଭୋଗ ସାରି ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri