Posted inଜାତୀୟ

ସରିଲା ଶିବସେନା, ଏନ୍‌ସିପି, କଂଗ୍ରେସର ବୈଠକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ରାଜନୀତି ବେଳକୁ ବେଳ ରୋଚକ ହେବାରେ ଲାଗିଛି। ଶିବସେନା ସହ ମେଣ୍ଟ କରୁଥିବା ଏନ୍‌ସିପି ଓ କଂଗ୍ରେସକୁ ନେଇ ଶୁକ୍ରବାର ଏକ ବୈଠକର ଆୟୋଜନ କରାଯାଇଥିଲା। ଏହି ବୈଠକ ଉପରେ ସମସ୍ତଙ୍କ ନଜର ଥିଲା। ଶୁକ୍ରବାର ସନ୍ଧ୍ୟାରେ ଏହି ବୈଠକ ସରିଥିଲେ ମଧ୍ୟ ଏଥିରୁ କୌଣସି କଥା ସ୍ପଷ୍ଟ ହୋଇ ନାହିଁ। ଏହା ସରିବା ପରେ ଖବରଦାତାଙ୍କୁ ସୂଚନା ଦେଇ ଶିବସେନା ମୁଖ୍ୟ ଶରଦ ପାଓ୍ବାର କହିଛନ୍ତି ଏବେବି ଆଲୋଚନା ଜାରି ରହିଛି। ଶନିବାର ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଆମେ ଏ ସର୍ମ୍ପକରେ ସୂଚନା ଦେବୁ। ଶିବସେନା, ଏନ୍‌ସିପି ଓ କଂଗ୍ରେସ ଉକ୍ତ ଖବରଦାତା ସମ୍ମିଳନୀରେ ଉପସ୍ଥିତ ରହିବା ସହ କେବେ ସରକାର ଗଠନ ହେବ ଓ ସେ ନେଇ ଆମେ କେବେ ରାଜ୍ୟପାଳଙ୍କୁ ଭେଟିବୁ ତାହା ମଧ୍ୟ ସ୍ପଷ୍ଟ କରିବୁ ବୋଲି ପାଓ୍ବାର କହିଛନ୍ତି। ତେବେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଉଦ୍ଧବ ଠାକରେଙ୍କ ନାଁ ବୈଠକରେ ଆଲୋଚନା ହୋଇଛି ବୋଲି ପାଓ୍ବାର କହିଛନ୍ତି। ସୂଚନାଯୋଗ୍ୟ, ଗତ ଅକ୍ଟୋବରରୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ସରିଥିବା ବେଳେ ଏପର୍ଯ୍ୟନ୍ତ ସେଠାରେ ସରକାର ଗଠନ ହୋଇପାରି ନାହିଁ। ଶିବସେନାର ଭାରତୀୟ ଜନତା ପାର୍ଟି(ଭାଜପା) ସହ ମେଣ୍ଟ ଭାଙ୍ଗିବା ପରେ ଏଠାରେ କୈଣସି ଦଳକୁ ସଂଖ୍ୟା ଗରିଷ୍ଠତା ନ ମିଳିବା କାରଣରୁ ଏବେ ସେଠାରେ ରାଷ୍ଟ୍ରପତି ଶାସନ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri