ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି

ପୁରୀ ଅଫିସ, ୨୨ା୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଅଣସର ସମୟରେ ଠାକୁରଙ୍କ ଉପଚାର ବିଧି ସମ୍ପର୍କରେ ସୁଭଦ୍ରାଙ୍କ ବାଡ଼ଗ୍ରାହୀ ତଥା ଦଇତାପତି ସେବକ ରାମଚନ୍ଦ୍ର ଦାସମହାପାତ୍ର କହିଛନ୍ତି, ଶୁକ୍ରବାର ହେଉଛି ଅଣସରର ଚତୁର୍ଥ ଦିବସ। ଏହିଦିନ ଠାକୁର ବର୍ଷସାରା ଲାଗି ହୋଇଥିବା ଚନ୍ଦନ, ପାଟଡୋରୀ, ମୁହଁରେ ଥିବା କନା ଆଦି କଢାଯାଇଛି। ଏହାକୁ ଶ୍ରୀଅଙ୍ଗ ଫିଟା ନୀତି କୁହାଯାଏ। ଶୁକ୍ରବାର ଏହି ନୀତି ସମ୍ପନ୍ନ ହୋଇଛି। ମୁହଁରୁ ଯେଉଁ କନା (ବିରୂପ) ବାହାରେ ତାକୁ ଅଲଗା ରଖାଯାଏ। ଏହି କନାକୁ ଅଣସର ଶୁଦ୍ଧସୁଆର ସେବକ ତ୍ରୟୋଦଶୀ ରାତିରେ ନେଇ କୋଇଲି ବୈକୁଣ୍ଠରେ ବିସର୍ଜନ କରିଥାନ୍ତି। ଶ୍ରୀଅଙ୍ଗରୁ ବାହାରିଥିବା ଚନ୍ଦନ, ପାଟଡୋରୀକୁ ଦ୍ୱାଦଶୀରେ ରାଜପ୍ରସାଦ ଆକାରରେ ରାଜା ନଅରକୁ ବିଜେ ହୁଏ। ଏହାକୁ ରାଜପ୍ରସାଦ ବିଜେ କୁହାଯାଏ। ଶନିବାର ଅର୍ଥାତ୍‌ ପଞ୍ଚମ ଦିନରେ ଠାକୁର କିଭଳି ସୁସ୍ଥ ହେବେ ସେଥିପାଇଁ ଶ୍ରୀଅଙ୍ଗରେ ଲାଗି ହେବ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ଫୁଲୁରୀ ତେଲ। ପୂର୍ବ ପରମ୍ପରା ଅନୁଯାୟୀ, ଏହି ଫୁଲୁରୀ ତେଲ ବଡ଼ ଓଡିଆ ମଠ ଯୋଗାଇଦେବ। ରାଶି ତେଲରେ ବିଭିନ୍ନ ପ୍ରକାର ଚେର, ଓଷଧୀୟ ଫୁଲ ଆଦି ମିଶାଯାଇ ଗୋଟିଏ ବର୍ଷ ପୂର୍ବରୁ ମାଟିତଳେ ପୋତା ଯାଇଥାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri