ସରିଲା ସୀମାନ୍ତ ଯୁବ ମହୋତ୍ସବ

ଝାରପୋଖରିଆ,୨୯ା୧(ଡି.ଏନ୍‌.ଏ.)- ସାରସକଣା ବ୍ଲକ୍‌ ଅନ୍ତର୍ଗତ ଝାରପୋଖରିଆଠାରେ ସୀମାନ୍ତ ଯୁବ ସମିତି ଓ ଜାତୀୟ ଯୁବ ପ୍ରକଳ୍ପ ଦ୍ୱାରା ଆୟୋଜିତ ୫ମ ବାର୍ଷିକ ସୀମାନ୍ତ ଯୁବ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ୫୬ନଂ. ଜୋନ୍‌ ଜିଲା ପରିଷଦ ସଦସ୍ୟ ଭୁବନେଶ୍ୱର ମହାନ୍ତ ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ପ୍ରଥମ ଦିବସରେ ସାରସକଣା ବିଧାୟକ ଡ.ବୁଢାନ ମୁର୍ମୁ, ଝାରପୋଖରିଆ ଥାନା ଅଧିକାରୀ ସୁଦର୍ଶନ ଗାଙ୍ଗୋଇ, ଶୀର୍ଷା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନ୍‌ଚାର୍ଜ ଡା. ଆଶିଷ ନୀଳମାଧବ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଦ୍ୱିତୀୟ ଦିବସରେ ମୟୂରଭଞ୍ଜ ଜିଲା ପ୍ରାକ୍ତନ ଏମ୍‌ପି ରାମଚନ୍ଦ୍ର ହଁାସଦା, ଶରତପାଲ ମହାବିଦ୍ୟାଳୟର ଅଧ୍ୟକ୍ଷ ଜିତେନ୍ଦ୍ର ସାହୁ ପ୍ରମୁଖ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ବିଭାଗରେ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ। ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ମୟୂରଭଞ୍ଜ ମହାରାଜା ପ୍ରବୀଣଚନ୍ଦ୍ର ଭଞ୍ଜଦେଓ ଏବଂ ମହାରାଣୀ ରଶ୍ମି ରାଜଲକ୍ଷ୍ମୀ ଭଞ୍ଜଦେଓ ଯୋଗଦେଇଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ମୟୂରଭଞ୍ଜ ଏମ୍‌ପି ଇଂ. ବିଶେଶ୍ୱର ଟୁଡ଼ୁ, ସମାଜସେବୀ ପୂର୍ଣ୍ଣଚନ୍ଦ୍ର ବୁଗୁଡେଇ, ସାମ୍ବାଦିକ କଲ୍ୟାଣ କୁମାର ସିହ୍ନା, ଗୋରୁମହିଷାଣୀ ଡାଏଟର ଅଧ୍ୟକ୍ଷ ମଧୁସୂଦନ ମାହାଲିି ପ୍ରମୁଖ ଯୋଗଦେଇଥିଲେ। ଯୁବ ସମିତିର ସଭାପତି ଅଶୋକ କୁମାର ପୃଷ୍ଟି ଅତିଥି ପରିଚୟ ପ୍ରଦାନ ଓ ସମିତି ସମ୍ପାଦକ ବାସୁଦେବ ପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ। ୩ ଦିନିଆ ଏହି ମହୋତ୍ସବକୁ ସମିତିସଭ୍ୟ ମନୋଜ ମହାନ୍ତ, ସୁଜାତା ପଟ୍ଟନାୟକ, ଅଶୋକ ମହାପାତ୍ର, ରାଜେଶ କୁମାର ଭୂୟଁା, ରଜନୀ ମହାନ୍ତ, ମଳୟ କୁମାର ନାୟକ, ଡକ୍ଟର ସରୋଜ କୁମାର ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉତ୍ସବରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତିବିଶେଷଙ୍କୁ ସମିତି ପକ୍ଷରୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ବାଳିକାବାଳକମାନଙ୍କୁ ନେଇ ଚିତ୍ରାଙ୍କନ, ରଙ୍ଗୋଲି, କୁଇଜ୍‌, ନାଚ, ଗୀତ, ପ୍ରବନ୍ଧ, ବକ୍ତୃତା, ସାଧାରଣଜ୍ଞାନ, କ୍ୟାରମ୍‌, ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଏକ ମେଗା ମାଗଣା ସ୍ବାସ୍ଥ୍ୟ ଓ ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇ ଔଷଧ ବିତରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri