ସର୍ଗିମୁଣ୍ଡାରେ ଅନାହାର ମୃତ୍ୟୁ ପ୍ରସଙ୍ଗ: ଦଳିତ ଅଧିକାର ମଞ୍ଚର ବୋଡେନ ବ୍ଲକ ଘେରାଉ

ନୂଆପଡା ଅଫିସ/ବୋଡେନ,୨ା୮-ନୂଆପଡା ଜିଲା ବୋଡେନ ବ୍ଲକ କର୍ଲାକୋଟ ଗ୍ରାମପଞ୍ଚାୟତ ସର୍ଗିମୁଣ୍ଡା ଗାଁର ଗୌତମ ବେହେରାଙ୍କ ମୃତ୍ୟୁ ଅନାହାର ଜନିତ ହୋଇଥିଲା। ଏହି ଘଟଣା ଉପରେ ଜିଲା ପ୍ରଶାସନ କୌଣସି ଦୃଷ୍ଟି ନ ଦେଇ ଚୁପ ହୋଇ ରହିଛି ବୋଲି ଦଳିତ ଅଧିକାର ମଞ୍ଚ ଅଭିଯୋଗ କରି ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିଛି । ଏହି ପରିପ୍ରେକ୍ଷୀରେ ଗୁରୁବାର ବୋଡେନ ବ୍ଲକ ଘେରାଉ କରିଥିବାବେଳେ ତଦନ୍ତ ପାଇଁ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।
ସର୍ଗିମୁଣ୍ଡା ଗାଁର ଗୌତମ ଏବଂ ଦେବନ୍ତୀ ଭୋକ ଉପାସରେ ରୋଗରେ ପଡି ଛଟପଟ ହେଉଥିଲେ। ସେମାନଙ୍କୁ ପରବର୍ତ୍ତି ସମୟରେ ବ୍ଲକ ପ୍ରଶାସନ ଉଦ୍ଧାର କରି ନୂଆପଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରି ଚିକିତ୍ସା କରାଇଥିଲେ। ସେଠରେ ଦୀର୍ଘ ମାସେ କାଳ ରହିବା ପରେ ଘରକୁ ଫେରି ଆସିଥିଲେ । ହେଲେ ଗତ ମାସ ୯ ତାରିଖରେ ଭୋକ ଉପାସରେ ପଡି ମୃତ୍ୟୁବରଣ କରିଥିବା ଦଳିତ ଅଧିକାର ମଞ୍ଚ ଅଭିଯୋଗ କରିଛି। କିଛି ଦିନ ତଳେ କର୍ମକତ୍ତାମାନେ ଗାଁକୁ ପରିଦର୍ଶନ କରି ପ୍ରକୃତ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହାକୁ ନେଇ ବ୍ଲକ ପ୍ରଶାସନକୁ ଜଣାଇଥିଲେ । ହେଲେ ନିର୍ଦ୍ଧାରିତ ଦିନ ମଧ୍ୟରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଶେଷରେ ଗୁରୁବାର ମଞ୍ଚର ସଭାପତି କମଳ ଚରଣ ତାଣ୍ଡିଙ୍କ ନେତୃତ୍ୱରେ ଶତାଧିକ ମହିଳାପୁରୁଷମାନେ ସ୍ଥାନୀୟ ବିନୋପୁରଠାରୁ ରାଲିରେ ବାହାରିଥିଲେ । ବୋଡେନ ବସ୍ତିସାରା ବିଭିନ୍ନ ନାରାବାଜି କରି ପ୍ରଶାସନର ଅପାରଗତା ଉପରେ ସ୍ଲୋଗାନମାନ ଦେଇଥିଲେ। ଶେଷରେ ବ୍ଲକ କାର୍ଯ୍ୟାଳୟ ନିକଟରେ ଏକତ୍ର ହୋଇ ଦୀର୍ଘ ସମୟ ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମଧ୍ୟାହ୍ନ ସାଢେ ୧୨ଟାରୁ ଅପରାହ୍ନ ୩ଟା ଯାଏଁ ଧାରଣା ଦେଇଥିଲେ। ବ୍ଲକ କାର୍ଯ୍ୟାଳୟ ଭିତରକୁ ଏକ ପ୍ରତିନିଧି ଦଳ ଯାଇ ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ଦାବିଗୁଡିକ ମଧ୍ୟରେ ଗୌତମ ବେହେରାଙ୍କ ମୃତ୍ୟୁକୁ ସରକାର ଅନାହାର ମୃତ୍ୟୁ ବୋଲି ସ୍ବୀକାର କରନ୍ତୁ, ଅନାହାର ମୃତ୍ୟୁ ସକାଶେ ଦାୟୀ ଅଧିକାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରିବା, ମୃତକ ଗୌତମଙ୍କ ଭଉଣୀ ଦେବନ୍ତୀଙ୍କ ଉଚିତ ଚିକିତ୍ସା କରିବା ସହ ତାଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ଦାବି କରାଯାଇଛ। ଏହାପରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଜିଲାବ୍ୟାପି କରାଯିବ ବୋଲି ଚେତାବନୀ ଦିଆଯାଇଛି । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜୟରାମ ଦୀପ, ରୁପସିଂ ଜଗତ, ବେଣୁଧର ଜଗତ, ଖଗେଶ୍ୱର ଦୀପ, ଧନକର, ଲକ୍ଷ୍ମୀଧର ବେହେରା, ଅଜିତ ବେହେରା, ଜିତେନ୍ଦ୍ର ଜଗତ, ଅରବିନ୍ଦ ଅଦା, ଚିତରଞ୍ଜନ ଜଗତ, ବୁଧୁରାମ ଦୀପ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri