ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସବୁ ଜଳି ପାଉଁଶ ହୋଇଯାଇଛି । ନାରାୟଣ ଦୋକାନ ବନ୍ଦ କରି ଘରକୁ ଫେରିବା ପରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡରେ ସମସ୍ତ ସାମଗ୍ରୀ ଜଳି ଧୂଆଁ ହେଉଥିବା ଦେଖି ଲୋକମାନେ ଦମକଳ ବାହିନୀକୁ ଜଣାଇଥିଲେ। ଖବରପାଇ ଭୁବନ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ।