ସର୍ପାଘାତରେ ମହିଳାଙ୍କ ଜୀବନଗଲା, ଡାକ୍ତରଖାନାରେ ଗୁଣିଆଙ୍କ ଝଡ଼ାଫୁଙ୍କା

ଉଦଳା,୧୯।୯(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନରେ ଥିବା କାଠପାଳ ଗ୍ରାମର ଆରତି ମାଝି(୫୦)ଙ୍କୁ ବୁଧବାର ସର୍ପାଘାତ ହେବାରୁ ପରିବାର ଲୋକେ ଉଦଳା ଡାକ୍ତରଖାନା ଚିକିତ୍ସା ପାଇଁ ଆଣୁଥିବା ବେଳେ ରାସ୍ତାରେ ତାଙ୍କର ଜୀବନ ଚାଲିଯାଇଥିଲା। ପରେ ଡାକ୍ତର ମଧ୍ୟ ମୃତ ଘୋଷଣା କରିଥିଲେ। ମାତ୍ର ପରିବାର ଲୋକେ ଡାକ୍ତରଙ୍କ ଘୋଷଣାକୁ ବିଶ୍ବାସ ନକରି ଗୁଣିଆର ସହାୟତା ନେଇ ଝଡ଼ାଫୁଙ୍କା କରି ଶେଷରେ ନିରାଶ ହୋଇଛନ୍ତି। ସୂଚନା ଯେ, ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ଉଦଳା ଅଞ୍ଚଳରେ ବହୁତ ଲୋକଙ୍କ ଜୀବନ ହାନି ଘଟୁଥିବା ନଜରକୁ ଆସୁଛି। ସଚେତନତା ଅଭାବରୁ ଏପରି ଘଟୁଛି ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri