ସର୍ଫରାଜଙ୍କୁ ବୁଦ୍ଧିହୀନ କହି ଅଖତରଙ୍କ ସମାଲୋଚନା

ମାଞ୍ଚେଷ୍ଟର,୧୭।୬- ଭାରତ ବିପକ୍ଷରେ ଥିବା ଖରାପ ବିଶ୍ୱକପ୍‌ ରେକର୍ଡକୁ ପାକିସ୍ତାନ ଦଳ ପରିବର୍ତ୍ତନ କରିପାରି ନାହିଁ। ସମସ୍ତ ବିଭାଗରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଦଳ ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌କୁ ୮୯ ରନ୍‌ରେ ଜିତିନେଇଛି। ଏହାପରେ ପାକିସ୍ତାନ ଅଧିନାୟକ ସର୍ଫରାଜ ଅହମ୍ମଦଙ୍କୁ ପ୍ରଶଂସକଙ୍କଠାରୁ ଆରମ୍ଭ କରି ପୂର୍ବତନ କ୍ରିକେଟର ସମାଲୋଚନା କରିଛନ୍ତି। ଏମାନଙ୍କ ମଧ୍ୟରେ ପୂର୍ବତନ ପେସର ଶୋଏବ ଅଖତର ମଧ୍ୟ ରହିଛନ୍ତି। ପାକିସ୍ତାନ ଦଳର ପରାଜୟ ପରେ ସେ ଏକ ୟୁଟ୍ୟୁବ ଚ୍ୟାନେଲରେ ନିରାଶ ଜାହିର କରିଛନ୍ତି। ସେ ବିଶେଷକରି ଅଧିନାୟକ ସର୍ଫରାଜ ଅହମ୍ମଦ ଓ ହାସନ ଅଲିଙ୍କୁ ସମାଲୋଚନା କରିଛନ୍ତି। ବୁଦ୍ଧିହୀନ ସର୍ଫରାଜ ଟସ୍‌ ଜିତି ବିନା କାରଣରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୭ ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଭାରତୀୟ ଦଳ ଯେଉଁ ଭୁଲ୍‌ କରିଥିଲା, ତାହାକୁ ପାକିସ୍ତାନ ଟିମ୍‌ ଦୋହରାଇଥିଲା। ତାଙ୍କ ଦଳ ରନ୍‌ ପିଛା କରିବାରେ ଭଲ ନୁହେଁ, ଯାହାକି ସେ ଭୁଲିଯାଇଥିଲେ। ଏତେ ବୁଦ୍ଧିହୀନ କେମିତି ଜଣେ ଅଧିନାୟକ ହୋଇପାରିବ। ପାକିସ୍ତାନ ପ୍ରଥମେ ବ୍ୟାଟିଂକରି ୨୬୦ ରନ୍‌ ମଧ୍ୟ କରିଥିଲେ ଯଥେଷ୍ଟ ହୋଇଥାନ୍ତା। ଦଳ ନିକଟରେ ଦକ୍ଷ ବୋଲିଂ ଲାଇନଅପ ଥିଲା। ଆଉ ହାସନ ଅଲି ଓ୍ବାଘା ବର୍ଡରଠାରେ ଭଲ ଡେଉଁଛନ୍ତି। କିନ୍ତୁ ଠିକଣା ସମୟରେ ପ୍ରାୟ ଶର୍ଟ ପିଚ୍‌ ବଲ ପକାଇଛନ୍ତି ବୋଲି ପୂର୍ବତନ ପେସର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri