ସର୍ବକାଳୀନ ରେକର୍ଡ ସ୍ତରରେ ସୁନା

ନୂଆଦିଲ୍ଲୀ,୭-୧: ସୋମବାର ସୁନା ଦର ସର୍ବକାଳୀନ ରେକର୍ଡ ସ୍ତର ଛୁଇଁଛି। ଏହି ସମୟରେ ୧୦ ଗ୍ରାମ ପିଛା ସୁନା ଦର ୪୧,୭୩୦ ଟଙ୍କା ସ୍ତରରେ ରହିଛି। ଗୋଟିଏ ଦିନରେ ସୁନା ୭୨୦ ଟଙ୍କା ବୃଦ୍ଧି ଘଟିଥିବା ଜଣାପଡିଛି। ଦେଶ ତଥା ଅନ୍ତର୍ଜାତୀୟ ସ୍ତରରେ ଶେୟାର ବଜାର କାରବାର ମାନ୍ଦା ରହିବା ଯୋଗୁ ସୁନା ପ୍ରତି ଲୋକଙ୍କର ଚାହିଦା ବଢିଛି ବୋଲି ଏଚ୍‌ଡିଏଫ୍‌ସି ସିକ୍ୟୁରିଟି ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ରୁପା ଦାମ ମଧ୍ୟ ବଢିଛି। ରୁପା ଦର ୧,୧୦୫ ଟଙ୍କା ବଢିଥିବା ବେଳେ କିଲୋ ପ୍ରତି ଏହାର ଦର ୪୯,୪୩୦ ଟଙ୍କା ରହିଛି। ଏହାର ପୂର୍ବ ଟ୍ରେଡରେ ରୁପା ଦର କିଲୋ ପ୍ରତି ୪୮,୩୨୫ ଟଙ୍କା ରହିଥିଲା। ସେହିଭଳି ପୂର୍ବ ଟ୍ରେଡରେ ସୁନା ଦାମ ୪୧,୦୧୦ ଟଙ୍କାରେ ବନ୍ଦ ହୋଇଥିଲା। ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ଆଶଙ୍କା, ଡଲାର ତୁଳନାରେ ଟଙ୍କା ମୂଲ୍ୟ ଖସିବା ଏବଂ ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢିବା ଯୋଗୁ ଭାରତ ବଜାର ଉପରେ ଏହାର ପ୍ରଭାବ ପଡିଥିବା ଏଚ୍‌ଡିଏଫ୍‌ସି ସିକ୍ୟୁରିଟିର ପିସିିଜି ଆଡଭାଇଜରି ମୁଖ୍ୟ ଦେବାର୍ଷ ଭାକିଲ କହିଛନ୍ତି। ବିଶ୍ୱ ବଜାରରେ ସୁନା କାରବାର ଆଉନ୍ସ ପ୍ରତି ୧୫୭୫ ଡଲାର ଛୁଇଁଛି। ସେହିଭଳି ରୁପା ୧୮.୩୪ ପ୍ରତି ଆଉନ୍ସ ରହିଛି। ସୋମବାର ପୂର୍ବାହ୍ନରେ ଡଲାର ତୁଳନାରେ ଟଙ୍କା ମୂଲ୍ୟ ୩୧ ପଇସା ଖସିଥିବା ଦେଖାଯାଇଥିଲା। ଫଳରେ ଡଲାର ତୁଳନାରେ ଟଙ୍କା ୭୨.୧୧ ସ୍ତରକୁ ଖସି ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

୧୦ବର୍ଷ ପରେ ଭରିଏ ସୁନା ନେବ କେତେ ଟଙ୍କା? ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୯।୬: ଆଜି ସୁନା ଦରରେ ପୁଣି ଥରେ ହ୍ରାସ ଦେଖିବାକୁ ମିଳିଛି। ଗ୍ଲୋବାଲ୍ COMEX ମାର୍କେଟରେ ସୁନା ମୂଲ୍ୟ ୦.୩୬% କମିଯାଇଛି। ସ୍ୱଳ୍ପ ଅବଧିର ଏହି ହ୍ରାସ ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri