Posted inଜାତୀୟ

ସର୍ବଦଳୀୟ ବୈଠକ ଡାକିଲେ ମୋଦି: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଉପରେ ହେବ ଚର୍ଚ୍ଚା

ନୂଆଦିଲ୍ଲୀ, ୧୬।୬: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୁନ୍‌ ୧୯ତାରିଖରେ ସଂସଦ ଭବନରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଏହି ବୈଠକରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଏବଂ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପରେ ଆଲୋଚନା ହେବ ବୋଲି ସେ କହିଛନ୍ତି। ୨୦୨୨ରେ ଭାରତ ସ୍ବାଧୀନତାର ୭୫ବର୍ଷ ପୂରା ହେବାକୁ ଯାଉଛି। ଏସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହେବ। ଏହାସହ ଜୁନ୍‌ ୨୦ରେ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାର ସମସ୍ତ ସଦସ୍ୟଙ୍କୁ ନେଇ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ସମୟ ଓ ଅର୍ଥ ସଞ୍ଚୟ କରିବା ଲକ୍ଷ୍ୟରେ ଲୋକସଭା ଓ ରାଜ୍ୟ ବିଧାନସଭାଗୁଡିକ ପାଇଁ ଏକା ସାଙ୍ଗରେ ନିର୍ବାଚନ କରିବା ସକାଶେ ପ୍ରଧାନମନ୍ତ୍ରୀ ବାରମ୍ବାର ଗୁରୁତ୍ୱ ଆରୋପ କରି ଆସୁଛନ୍ତି। ଆଇନ କମିଶନ ସ୍ବୀକୃତିପ୍ରାପ୍ତ ୭ଟି ଜାତୀୟ ଓ ୫୯ଟି ରାଜ୍ୟସ୍ତରୀୟ ଦଳକୁ ଚିଠି ଲେଖିଥିଲେ। ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବା ପୂର୍ବରୁ ଆଇନ କମିଶନ ରାଜନୈତିକ ଦଳ, ସମ୍ବିଧାନ ବିଶାରଦ, ବ୍ୟୁରୋକ୍ରାଟ, ଶିକ୍ଷାବିତ୍‌ ଏବଂ ସାଧାରଣ ନାଗରିକଙ୍କଠାରୁ ମତାମତ ଲୋଡାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri