Posted inଖେଳ

ସର୍ବଭାରତୀୟ ବନବିଭାଗ କ୍ରୀଡ଼ା ଉଦ୍‌ଘାଟିତ

ଭୁବନେଶ୍ୱର, ୪।୩(କ୍ରୀଡ଼ା ପ୍ରତିନିଧି)- ସର୍ବଭାରତୀୟ ବନବିଭାଗ କ୍ରୀଡ଼ା(ଏଆଇଏଫଏସଏମ)ର ୨୫ତମ ସଂସ୍କରଣ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। ” ଓଡ଼ିଶାର ରାଜଧାନୀ ସହରକୁ ସମସ୍ତଙ୍କୁ ଆନନ୍ଦର ସହ ସ୍ବାଗତ କରୁଛି। ଆପଣମାନେ ହେଉଛନ୍ତି ଜଙ୍ଗଲ ଓ ଜୀବଜନ୍ତୁଙ୍କର ପ୍ରକୃତ ରକ୍ଷକ“ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଭାରତର କ୍ରୀଡ଼ା ରାଜଧାନୀଭାବେ କ୍ରମେ ଆଗକୁ ବଢ଼ୁଥିବା ଭୁନେଶ୍ୱରରେ ନିକଟ ଅତୀତରେ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନ ହୋଇଛି। ଓଡ଼ିଶା ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଏହି ସର୍ବଭାରତୀୟ ପ୍ରତିଯୋଗିତା ୭ ତାରିଖ ପର୍ଯ୍ୟନ୍ତ ଚାଲିବ।
”ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍‌ଦର୍ଶନରେ ଓଡ଼ିଶା ଭାରତର ସ୍ପୋଟର୍‌ସ ସୁପର ପାଓ୍ବାରଭାବେ ଉଭା ହୋଇଛି। କ୍ରୀଡ଼ା କ୍ଷେତ୍ରରେ ରାଜ୍ୟ ଯେପରି ଆଗକୁ ବଢ଼ୁଛି ଏଠାରୁ ଦେଶର ଭବିଷ୍ୟତ ଅଲିମ୍ପିଆନ ବାହାରିବା ଆଉ ବେଶୀଦିନ ନୁହେଁ। ଆଗାମୀ ଟୋକିଓ ଅଲିମ୍ପିକ୍ସରେ ଭାରତ ଭଲ ପ୍ରଦର୍ଶନ କରିବା ନେଇ ମୁଁ ଦୃଢ଼ ଆଶାବାଦୀ“ ବୋଲି ଅନ୍ୟତମ ଅତିଥି ଅଲିମ୍ପିଆନ ଶୁଟର ଗଗନ ନାରଙ୍ଗ ପ୍ରକାଶ କରିଛନ୍ତି। ବିଭିନ୍ନ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଓ ଅନୁଷ୍ଠାନରୁ ୩୭ଟି ଦଳ ଏଥିରେ ଭାଗନେବ। ଆୟୋଜକ ଓଡ଼ିଶାର ୯୨ ଜଣକୁ ମିଶାଇ ମୋଟ ୨୫୦୦ ଆଥଲେଟ୍‌ ୨୩ଟି ବିଭିନ୍ନ ଇଭେଣ୍ଟ ପାଇଁ ମୁକାବିଲା କରିବେ। ପ୍ରତିଯୋଗୀମାନେ ମହିଳା, ପୁରୁଷ, ଭେଟେରାନ ଓ ସିନିୟର ଭେଟେରାନ କାଟେଗୋରିରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଉଦ୍‌ଘାଟନୀ ଉତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ…

ପ୍ରଥମ ଟି-୨୦ ବଡ଼ ଓଲଟପାଲଟ! ସାମସନ OUT, ବୈଭବ IN: ଭାରତର ପ୍ଲେଇଂ ୧୧କୁ ନେଇ ହଇଚଇ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ସେପ୍ଟେମ୍ବର ୧୩ ତାରିଖ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ଟିମ…

DRS କ୍ରେଡିଟ୍‌ ଚୋରି ଅଭିଯୋଗ ଆଣିଲେ ଇଶାନ୍‌, ବୈଭବଙ୍କ ଜବାବରେ ଚୁପ୍‌ ହୋଇଗଲେ କ୍ୟାପଟେନ୍‌!

ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍‌ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?