Posted inଖେଳ

ସର୍ବଭାରତୀୟ ବନବିଭାଗ କ୍ରୀଡ଼ା ଉଦ୍‌ଘାଟିତ

ଭୁବନେଶ୍ୱର, ୪।୩(କ୍ରୀଡ଼ା ପ୍ରତିନିଧି)- ସର୍ବଭାରତୀୟ ବନବିଭାଗ କ୍ରୀଡ଼ା(ଏଆଇଏଫଏସଏମ)ର ୨୫ତମ ସଂସ୍କରଣ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। ” ଓଡ଼ିଶାର ରାଜଧାନୀ ସହରକୁ ସମସ୍ତଙ୍କୁ ଆନନ୍ଦର ସହ ସ୍ବାଗତ କରୁଛି। ଆପଣମାନେ ହେଉଛନ୍ତି ଜଙ୍ଗଲ ଓ ଜୀବଜନ୍ତୁଙ୍କର ପ୍ରକୃତ ରକ୍ଷକ“ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଭାରତର କ୍ରୀଡ଼ା ରାଜଧାନୀଭାବେ କ୍ରମେ ଆଗକୁ ବଢ଼ୁଥିବା ଭୁନେଶ୍ୱରରେ ନିକଟ ଅତୀତରେ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନ ହୋଇଛି। ଓଡ଼ିଶା ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଏହି ସର୍ବଭାରତୀୟ ପ୍ରତିଯୋଗିତା ୭ ତାରିଖ ପର୍ଯ୍ୟନ୍ତ ଚାଲିବ।
”ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍‌ଦର୍ଶନରେ ଓଡ଼ିଶା ଭାରତର ସ୍ପୋଟର୍‌ସ ସୁପର ପାଓ୍ବାରଭାବେ ଉଭା ହୋଇଛି। କ୍ରୀଡ଼ା କ୍ଷେତ୍ରରେ ରାଜ୍ୟ ଯେପରି ଆଗକୁ ବଢ଼ୁଛି ଏଠାରୁ ଦେଶର ଭବିଷ୍ୟତ ଅଲିମ୍ପିଆନ ବାହାରିବା ଆଉ ବେଶୀଦିନ ନୁହେଁ। ଆଗାମୀ ଟୋକିଓ ଅଲିମ୍ପିକ୍ସରେ ଭାରତ ଭଲ ପ୍ରଦର୍ଶନ କରିବା ନେଇ ମୁଁ ଦୃଢ଼ ଆଶାବାଦୀ“ ବୋଲି ଅନ୍ୟତମ ଅତିଥି ଅଲିମ୍ପିଆନ ଶୁଟର ଗଗନ ନାରଙ୍ଗ ପ୍ରକାଶ କରିଛନ୍ତି। ବିଭିନ୍ନ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଓ ଅନୁଷ୍ଠାନରୁ ୩୭ଟି ଦଳ ଏଥିରେ ଭାଗନେବ। ଆୟୋଜକ ଓଡ଼ିଶାର ୯୨ ଜଣକୁ ମିଶାଇ ମୋଟ ୨୫୦୦ ଆଥଲେଟ୍‌ ୨୩ଟି ବିଭିନ୍ନ ଇଭେଣ୍ଟ ପାଇଁ ମୁକାବିଲା କରିବେ। ପ୍ରତିଯୋଗୀମାନେ ମହିଳା, ପୁରୁଷ, ଭେଟେରାନ ଓ ସିନିୟର ଭେଟେରାନ କାଟେଗୋରିରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଉଦ୍‌ଘାଟନୀ ଉତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri