ସର୍ବଭାରତୀୟ ଭାରୋତ୍ତୋଳନ: ଶକ୍ତି ଉତ୍ତୋଳନ, ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା

ବ୍ରହ୍ମପୁର ଅଫିସ,୨୭ା୯- ଭାରତୀୟ ଡାକ ବିଭାଗ ପକ୍ଷରୁ ଆୟୋଜିତ ୩୫ତମ ସର୍ବଭାରତୀୟ ଭାରୋତ୍ତୋଳନ, ଶକ୍ତି ଉତ୍ତୋଳନ ଏବଂ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ହିଲପାଟଣା ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ୪ ଦିନ ଧରି ଚାଲିବାକୁ ଥିବା ପ୍ରତିଯୋଗିତାକୁ ନୂଆଦିଲ୍ଲୀ ଡାକସେବା ବୋର୍ଡ ସଦସ୍ୟ ପ୍ରଦୀପ୍ତ କୁମାର ବିଷୋୟୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ।
ମୁଖ୍ୟ ଡାକପାଳ ଡ. ସନ୍ତୋଷ କୁମାର କାମିଲା, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଡାକଲେଖା ନିର୍ଦ୍ଦେଶକ ପି.କେ. ଦାଶ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରତିଯୋଗିତାରେ ୧୮ ରାଜ୍ୟରୁ ୧୩୦ ପ୍ରତିଯୋଗୀ ଭାଗ ନେଇଥିଲେ। ବ୍ରହ୍ମପୁର ମଣ୍ଡଳ ମହାଡାକପାଳ କେଲୋନେଲ ଜଳେଶ୍ୱର କହଁର ସ୍ବାଗତ ଭାଷଣ ଦେଇଥିଲେ। ଏହି ଅବସରରେ ଏକ ସ୍ବତନ୍ତ୍ର ଲଫାପା ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ଏଥିସହ ଏକ ଡାକଟିକଟ ପ୍ରଦର୍ଶନୀକୁ ମଧ୍ୟ ଅତିଥିମାନେ ଉଦ୍‌ଘାଟନ କରିଥିଲେ। ସେଫିଆ ଫିଲାଟେଲେଷ୍ଟ ସୋସାଇଟିର ୧୧ ସଂଗ୍ରାହକଙ୍କ ଦ୍ୱାରା ବିଭିନ୍ନ ଡାକଟିକଟ ପ୍ରଦର୍ଶିତ ହୋଇଥିଲା। ଡାକସେବା ମୁଖ୍ୟାଳୟ ନିର୍ଦ୍ଦେଶକ ଜି. ଗୁରୁନାଥନ ଧନ୍ୟବାଦ ଦେଇଥିଲେ। ପ୍ରଥମ ଦିନରେ ୧୦ ବର୍ଗର ଭାରୋତ୍ତୋଳନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri