ସର୍ବଭାରତୀୟ ଭାରୋତ୍ତୋଳନ: ଶକ୍ତି ଉତ୍ତୋଳନ, ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା

ବ୍ରହ୍ମପୁର ଅଫିସ,୨୭ା୯- ଭାରତୀୟ ଡାକ ବିଭାଗ ପକ୍ଷରୁ ଆୟୋଜିତ ୩୫ତମ ସର୍ବଭାରତୀୟ ଭାରୋତ୍ତୋଳନ, ଶକ୍ତି ଉତ୍ତୋଳନ ଏବଂ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ହିଲପାଟଣା ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ୪ ଦିନ ଧରି ଚାଲିବାକୁ ଥିବା ପ୍ରତିଯୋଗିତାକୁ ନୂଆଦିଲ୍ଲୀ ଡାକସେବା ବୋର୍ଡ ସଦସ୍ୟ ପ୍ରଦୀପ୍ତ କୁମାର ବିଷୋୟୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ।
ମୁଖ୍ୟ ଡାକପାଳ ଡ. ସନ୍ତୋଷ କୁମାର କାମିଲା, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଡାକଲେଖା ନିର୍ଦ୍ଦେଶକ ପି.କେ. ଦାଶ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରତିଯୋଗିତାରେ ୧୮ ରାଜ୍ୟରୁ ୧୩୦ ପ୍ରତିଯୋଗୀ ଭାଗ ନେଇଥିଲେ। ବ୍ରହ୍ମପୁର ମଣ୍ଡଳ ମହାଡାକପାଳ କେଲୋନେଲ ଜଳେଶ୍ୱର କହଁର ସ୍ବାଗତ ଭାଷଣ ଦେଇଥିଲେ। ଏହି ଅବସରରେ ଏକ ସ୍ବତନ୍ତ୍ର ଲଫାପା ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ଏଥିସହ ଏକ ଡାକଟିକଟ ପ୍ରଦର୍ଶନୀକୁ ମଧ୍ୟ ଅତିଥିମାନେ ଉଦ୍‌ଘାଟନ କରିଥିଲେ। ସେଫିଆ ଫିଲାଟେଲେଷ୍ଟ ସୋସାଇଟିର ୧୧ ସଂଗ୍ରାହକଙ୍କ ଦ୍ୱାରା ବିଭିନ୍ନ ଡାକଟିକଟ ପ୍ରଦର୍ଶିତ ହୋଇଥିଲା। ଡାକସେବା ମୁଖ୍ୟାଳୟ ନିର୍ଦ୍ଦେଶକ ଜି. ଗୁରୁନାଥନ ଧନ୍ୟବାଦ ଦେଇଥିଲେ। ପ୍ରଥମ ଦିନରେ ୧୦ ବର୍ଗର ଭାରୋତ୍ତୋଳନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri