ସର୍ବଭାରତୀୟ ହିନ୍ଦୀ ନାଟକ ପ୍ରତିଯୋଗିତା: ‘କଳାପରିଷଦ’ ହାତେଇଲା ୧୬ ପୁରସ୍କାର

ଢେଙ୍କାନାଳ ଅଫିସ, ୧୮।୧୧:  ପୁଣିଥରେ ସର୍ବଭାରତୀୟ ନାଟକ ପ୍ରତିଯୋଗିତାରେ ଚମକିଛନ୍ତି ଢେଙ୍କାନାଳ ଜିଲାର କଳାକାର। ଉତ୍ତରପ୍ରଦେଶ ଆଗ୍ରାସ୍ଥିତ ସଂସ୍କାର ଭାରତୀ ନାଟ୍ୟାନୁଷ୍ଠାନର ନାଟ୍ୟକେନ୍ଦ୍ର ପରିସରରେ ୬ଦିନ ଧରି ଆୟୋଜିତ ସର୍ବଭାରତୀୟ ରଙ୍ଗୋଦୟ-୨୦୧୯ ନାଟକ ପ୍ରତିଯୋଗିତାରେ ନାଟ୍ୟାନୁଷ୍ଠାନ ‘କଳାପରିଷଦ’ର କଳାକାରମାନେ ଚମତ୍କାର ଅଭିନୟ କରିଛନ୍ତି। ବିଭିନ୍ନ ବିଭାଗରେ ଅନୁଷ୍ଠାନ ହାତେଇଛି ୧୬ଟି ପୁରସ୍କାର। ନାଟକ କ୍ଷେତ୍ରରେ ସାଧନା ପାଇଁ ଶତ୍ରୁଘ୍ନ ମାଟିଙ୍କୁ ‘କଳାମଣିଷ ସତ୍ୟନାରାୟଣ ଗୋଏଲ ସମ୍ମାନ’, ଚିତ୍ରକଳା ପାଇଁ ପ୍ରବୀର ମହାନ୍ତିଙ୍କୁ ‘ଡ. ୟଶପାଲ ସିଂ ସମ୍ମାନ’, ଓଡ଼ିଶୀ ନୃତ୍ୟ ପାଇଁ ଋତୁପର୍ଣ୍ଣା ରାଉତଙ୍କୁ ‘ସ୍ମିତା ପାଟିଲ ସ୍ମୃତି ସମ୍ମାନ’ରେ ସମ୍ମାନିତ କରାଯାଇଥିଲା।
ଏଥିସହ ଅନୁଷ୍ଠାନ ପକ୍ଷରୁ ମଞ୍ଚସ୍ଥ ହିନ୍ଦୀ ନାଟକ ‘ବାଂଶ କେ ଡଣ୍ଡେ ସେ ଆଜାଦୀ’ ପାଇଁ ଶ୍ରେଷ୍ଠ ନାଟକ ପ୍ରଯୋଜନା, ଶ୍ରେଷ୍ଠ ନାଟ୍ୟ ନିର୍ଦ୍ଦେଶକ ଭାବେ ଶତ୍ରୁଘ୍ନ ମାଟି, ଶ୍ରେଷ୍ଠ ନାଟ୍ୟ ରଚନାରେ ଦିଲୀଶ୍ୱର ମହାରଣା, ଶ୍ରେଷ୍ଠ ହାସ୍ୟ ଅଭିନେତା ଇନ୍ଦ୍ରମଣି ବେହେରା, ଶ୍ରେଷ୍ଠ ଅଭିନେତ୍ରୀ ଋତୁପର୍ଣ୍ଣା ରାଉତ, ଶ୍ରେଷ୍ଠ ଚରିତ୍ର ଅଭିନୟରେ ଶ୍ରୀପଦ୍ମା ସାହୁ, ପାର୍ଶ୍ୱ ଅଭିନେତା ଭାବେ ମନ୍ମଥ ପଟ୍ଟନାୟକ, କିଶୋର ରାଉତଙ୍କୁ ପୁରସ୍କୃତ କରାଯାଇଛି।
ପଥପ୍ରାନ୍ତ ନାଟକ ‘ରୋତେ ରୋତେ କେହତି ହେ ନଦୀ’ରେ ଶ୍ରେଷ୍ଠ ନାଟ୍ୟ ରଚନା ପାଇଁ ଶତ୍ରୁଘ୍ନ ମାଟି, ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଋତୁପର୍ଣ୍ଣା ରାଉତ ଏବଂ ଶ୍ରେଷ୍ଠ ନାଟ୍ୟ ପ୍ରଯୋଜନା ପାଇଁ ପୁରସ୍କୃତ କରାଯାଇଛି। ଏତଦ୍‌ବ୍ୟତୀତ ଶ୍ରେଷ୍ଠସ୍ଥାନ ହାସଲ କରିଥିବା ଅଧ୍ୟାତ୍ମିକ ପ୍ରଜ୍ଞାପନ ମେଢ଼ ‘ଚଲୋର ମନ, ଶ୍ରୀଜଗନ୍ନାଥ ଧାମ ପୁରୀ’କୁ ପୁରସ୍କୃତ କରାଯାଇଥିଲା। ନାଟ୍ୟାନୁଷ୍ଠାନର ଏହି ସଫଳତା ପାଇଁ ବିଭିନ୍ନ ମହଲରେ ଶୁଭେଚ୍ଛା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri